Psalm 30:1 in Oriya 1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ' ଶତ୍ରୁଗଣକୁ ମୋ' ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
Other Translations King James Version (KJV) I will extol thee, O LORD; for thou hast lifted me up, and hast not made my foes to rejoice over me.
American Standard Version (ASV) I will extol thee, O Jehovah; for thou hast raised me up, And hast not made my foes to rejoice over me.
Bible in Basic English (BBE) <A Psalm. A Song at the blessing of the House. Of David.> I will give you praise and honour, O Lord, because through you I have been lifted up; you have not given my haters cause to be glad over me.
Darby English Bible (DBY) {A Psalm of David: dedication-song of the house.} I will extol thee, Jehovah; for thou hast delivered me, and hast not made mine enemies to rejoice over me.
World English Bible (WEB) > I will extol you, Yahweh, for you have raised me up, And have not made my foes to rejoice over me.
Young's Literal Translation (YLT) A Psalm. -- A song of the dedication of the house of David. I exalt Thee, O Jehovah, For Thou hast drawn me up, and hast not let mine enemies rejoice over me.
Cross Reference Deuteronomy 20:5 in Oriya 5 ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।
2 Samuel 5:11 in Oriya 11 ଏଥିଉତ୍ତାରେ ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
2 Samuel 6:20 in Oriya 20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ !”
2 Samuel 7:2 in Oriya 2 ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”
2 Samuel 20:3 in Oriya 3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
2 Samuel 24:25 in Oriya 25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
1 Chronicles 21:6 in Oriya 6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
Psalm 13:4 in Oriya 4 କେଜାଣି ମୋ' ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
Psalm 25:2 in Oriya 2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ' ଉପରେ ଉଲ୍ଲାସ ନ କରନ୍ତୁ।
Psalm 27:6 in Oriya 6 ଏଣୁ ଏବେ ମୋ' ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Psalm 28:9 in Oriya 9 ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Psalm 34:3 in Oriya 3 ଆହେ, ମୋ' ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
Psalm 35:19 in Oriya 19 ମୋ' ଉପରେ ମୋ' ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
Psalm 35:24 in Oriya 24 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ' ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
Psalm 41:11 in Oriya 11 ମୋହର ଶତ୍ରୁ ମୋ' ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋ'ଠାରେ ସନ୍ତୁଷ୍ଟ ଅଛ।
Psalm 66:17 in Oriya 17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ' ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
Psalm 79:4 in Oriya 4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
Psalm 79:10 in Oriya 10 ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Psalm 89:41 in Oriya 41 ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
Psalm 140:8 in Oriya 8 ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।