Psalm 31:19 in Oriya 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
Other Translations King James Version (KJV) Oh how great is thy goodness, which thou hast laid up for them that fear thee; which thou hast wrought for them that trust in thee before the sons of men!
American Standard Version (ASV) Oh how great is thy goodness, Which thou hast laid up for them that fear thee, Which thou hast wrought for them that take refuge in thee, Before the sons of men!
Bible in Basic English (BBE) O how great is your grace, which you have put in store for your worshippers, and which you have made clear to those who had faith in you, before the sons of men!
Darby English Bible (DBY) [Oh] how great is thy goodness, which thou hast laid up for them that fear thee, [which] thou hast wrought for them that trust in thee, before the sons of men!
Webster's Bible (WBT) Let the lying lips be put to silence; which speak grievous things proudly and contemptuously against the righteous.
World English Bible (WEB) Oh how great is your goodness, Which you have laid up for those who fear you, Which you have worked for those who take refuge in you, Before the sons of men!
Young's Literal Translation (YLT) How abundant is Thy goodness, That Thou hast laid up for those fearing Thee,
Cross Reference Numbers 23:23 in Oriya 23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
Psalm 16:11 in Oriya 11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”
Psalm 23:5 in Oriya 5 ତୁମ୍ଭେ ମୋ' ଶତ୍ରୁଗଣଙ୍କ ସାକ୍ଷାତରେ ମୋ' ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ' ମସ୍ତକ ସିକ୍ତ କରିଅଛ; ମୋ' ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
Psalm 36:7 in Oriya 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Psalm 68:28 in Oriya 28 ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଯାହା ସାଧନ କରିଅଛ, ତାହା ସବଳ କର।
Psalm 73:1 in Oriya 1 ଆସଫର ଗୀତ। ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।
Psalm 73:24 in Oriya 24 ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
Psalm 126:2 in Oriya 2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
Psalm 145:7 in Oriya 7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
Isaiah 26:12 in Oriya 12 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
Isaiah 35:10 in Oriya 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
Isaiah 64:4 in Oriya 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
Lamentations 3:23 in Oriya 23 ସେହିସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
John 3:21 in Oriya 21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ୱରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
Acts 15:12 in Oriya 12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Romans 11:22 in Oriya 22 ଅତଏବ, ଇଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଇଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
2 Corinthians 5:5 in Oriya 5 ଆଉ ଯେ ଏଥି ନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ୱର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି।
Colossians 3:2 in Oriya 2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
Hebrews 10:34 in Oriya 34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 Peter 1:4 in Oriya 4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।