Psalm 32:5 in Oriya 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। ସେଲା
Other Translations King James Version (KJV) I acknowledge my sin unto thee, and mine iniquity have I not hid. I said, I will confess my transgressions unto the LORD; and thou forgavest the iniquity of my sin. Selah.
American Standard Version (ASV) I acknowledged my sin unto thee, And mine iniquity did I not hide: I said, I will confess my transgressions unto Jehovah; And thou forgavest the iniquity of my sin. Selah
Bible in Basic English (BBE) I made my wrongdoing clear to you, and did not keep back my sin. I said, I will put it all before the Lord; and you took away my wrongdoing and my sin. (Selah.)
Darby English Bible (DBY) I acknowledged my sin unto thee, and mine iniquity I covered not; I said, I will confess my transgressions unto Jehovah, and *thou* forgavest the iniquity of my sin. Selah.
Webster's Bible (WBT) I acknowledged my sin to thee, and my iniquity have I not hid. I said, I will confess my transgressions to the LORD; and thou forgavest the iniquity of my sin. Selah.
World English Bible (WEB) I acknowledged my sin to you. I didn't hide my iniquity. I said, I will confess my transgressions to Yahweh, And you forgave the iniquity of my sin. Selah.
Young's Literal Translation (YLT) My sin I cause Thee to know, And mine iniquity I have not covered. I have said, `I confess concerning My transgressions to Jehovah,' And Thou -- Thou hast taken away, The iniquity of my sin. Selah.
Cross Reference Leviticus 26:39 in Oriya 39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
Joshua 7:19 in Oriya 19 ତେବେ ଯିହୋଶୂୟ ଆଖନ୍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ।
2 Samuel 12:9 in Oriya 9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ଼୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍ ସନ୍ତାନଗଣର ଖଡ଼୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
2 Samuel 12:13 in Oriya 13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
2 Samuel 24:10 in Oriya 10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
Job 31:33 in Oriya 33 ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
Job 33:27 in Oriya 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Psalm 30:5 in Oriya 5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Psalm 38:18 in Oriya 18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
Psalm 51:3 in Oriya 3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ' ପାପ ସର୍ବଦା ମୋ' ସମ୍ମୁଖରେ ଅଛି।
Psalm 86:5 in Oriya 5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Psalm 103:3 in Oriya 3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
Psalm 103:12 in Oriya 12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
Proverbs 28:13 in Oriya 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Proverbs 30:20 in Oriya 20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
Isaiah 65:24 in Oriya 24 ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Jeremiah 2:23 in Oriya 23 ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
Jeremiah 2:35 in Oriya 35 ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
Jeremiah 3:13 in Oriya 13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
Jeremiah 31:20 in Oriya 20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।
Hosea 6:1 in Oriya 1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
Malachi 3:8 in Oriya 8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”
Luke 7:47 in Oriya 47 ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।
Luke 15:17 in Oriya 17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
Luke 16:15 in Oriya 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଇଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
Ephesians 4:32 in Oriya 32 ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
1 John 1:8 in Oriya 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।