Psalm 37:28 in Oriya 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
Other Translations King James Version (KJV) For the LORD loveth judgment, and forsaketh not his saints; they are preserved for ever: but the seed of the wicked shall be cut off.
American Standard Version (ASV) For Jehovah loveth justice, And forsaketh not his saints; They are preserved for ever: But the seed of the wicked shall be cut off.
Bible in Basic English (BBE) For the Lord is a lover of righteousness, and takes care of his saints; they will be kept safe for ever; but the seed of the evil-doers will be cut off.
Darby English Bible (DBY) for Jehovah loveth judgment, and will not forsake his saints: They are preserved for ever; but the seed of the wicked shall be cut off.
Webster's Bible (WBT) For the LORD loveth judgment, and forsaketh not his saints; they are preserved for ever: but the seed of the wicked shall be cut off.
World English Bible (WEB) For Yahweh loves justice, And doesn't forsake his saints. They are preserved forever, But the children of the wicked shall be cut off.
Young's Literal Translation (YLT) For Jehovah is loving judgment, And He doth not forsake His saintly ones, To the age they have been kept, And the seed of the wicked is cut off.
Cross Reference Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Job 18:19 in Oriya 19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ।
Job 27:14 in Oriya 14 ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ଼୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
Psalm 11:7 in Oriya 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
Psalm 21:10 in Oriya 10 ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
Psalm 37:25 in Oriya 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
Psalm 37:40 in Oriya 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
Psalm 45:6 in Oriya 6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
Psalm 92:13 in Oriya 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Proverbs 2:22 in Oriya 22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।
Isaiah 14:20 in Oriya 20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ।
Isaiah 30:18 in Oriya 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Isaiah 59:21 in Oriya 21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Isaiah 61:8 in Oriya 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
Jeremiah 9:24 in Oriya 24 ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।”
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:39 in Oriya 39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
1 John 2:19 in Oriya 19 ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।