Psalm 37:7 in Oriya 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
Other Translations King James Version (KJV) Rest in the LORD, and wait patiently for him: fret not thyself because of him who prospereth in his way, because of the man who bringeth wicked devices to pass.
American Standard Version (ASV) Rest in Jehovah, and wait patiently for him: Fret not thyself because of him who prospereth in his way, Because of the man who bringeth wicked devices to pass.
Bible in Basic English (BBE) Take your rest in the Lord, waiting quietly for him; do not be angry because of the man who does well in his evil ways, and gives effect to his bad designs.
Darby English Bible (DBY) Rest in Jehovah, and wait patiently for him: fret not thyself because of him that prospereth in his way, because of the man that bringeth mischievous devices to pass.
Webster's Bible (WBT) Rest in the LORD, and wait patiently for him: fret not thyself because of him who prospereth in his way, because of the man who bringeth wicked devices to pass.
World English Bible (WEB) Rest in Yahweh, and wait patiently for him. Don't fret because of him who prospers in his way, Because of the man who makes wicked plots happen.
Young's Literal Translation (YLT) Be silent for Jehovah, and stay thyself for Him, Do not fret because of him Who is making prosperous his way, Because of a man doing wicked devices.
Cross Reference Joshua 10:12 in Oriya 12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।
Job 21:7 in Oriya 7 ଦୁଷ୍ଟମାନେ କାହିଁକି ଜୀବିତ ଥା'ନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି ?
Psalm 27:14 in Oriya 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ୍ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Psalm 40:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Psalm 50:8 in Oriya 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
Psalm 62:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
Psalm 62:5 in Oriya 5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
Psalm 73:3 in Oriya 3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
Proverbs 20:22 in Oriya 22 ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
Ecclesiastes 5:8 in Oriya 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 10:13 in Oriya 13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
Isaiah 30:15 in Oriya 15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।
Jeremiah 12:1 in Oriya 1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା'ନ୍ତି ?
Lamentations 3:25 in Oriya 25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Jonah 1:11 in Oriya 11 ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା ?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।
Habakkuk 2:3 in Oriya 3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
Galatians 6:9 in Oriya 9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
Hebrews 10:36 in Oriya 36 ଯେଣୁ ତୁମ୍ଭେମାନେ ଯେପରି ଇଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
James 5:7 in Oriya 7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
Revelation 13:3 in Oriya 3 ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,