Psalm 39:6 in Oriya 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Other Translations King James Version (KJV) Surely every man walketh in a vain shew: surely they are disquieted in vain: he heapeth up riches, and knoweth not who shall gather them.
American Standard Version (ASV) Surely every man walketh in a vain show; Surely they are disquieted in vain: He heapeth up `riches', and knoweth not who shall gather them.
Bible in Basic English (BBE) Truly, every man goes on his way like an image; he is troubled for no purpose: he makes a great store of wealth, and has no knowledge of who will get it.
Darby English Bible (DBY) Verily, man walketh in a vain show; verily they are disquieted in vain; he heapeth up [riches], and knoweth not who shall gather them.
Webster's Bible (WBT) Behold, thou hast made my days as a hand-breadth; and my age is as nothing before thee: verily every man at his best state is altogether vanity. Selah.
World English Bible (WEB) "Surely every man walks like a shadow. Surely they busy themselves in vain. He heaps up, and doesn't know who shall gather.
Young's Literal Translation (YLT) Only, in an image doth each walk habitually, Only, `in' vain, they are disquieted, He heapeth up and knoweth not who gathereth them.
Cross Reference Job 27:16 in Oriya 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
Psalm 49:10 in Oriya 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା'ନ୍ତି।
Psalm 127:2 in Oriya 2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
Proverbs 13:22 in Oriya 22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Proverbs 23:5 in Oriya 5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
Proverbs 27:24 in Oriya 24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ'ଣ ପୁରୁଷାନୁକ୍ରମରେ ଥାଏ ?
Ecclesiastes 1:14 in Oriya 14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
Ecclesiastes 2:8 in Oriya 8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
Ecclesiastes 2:17 in Oriya 17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ' ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Ecclesiastes 2:26 in Oriya 26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Ecclesiastes 4:7 in Oriya 7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
Ecclesiastes 5:14 in Oriya 14 ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
Ecclesiastes 6:11 in Oriya 11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ ?
Ecclesiastes 12:8 in Oriya 8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
Ecclesiastes 12:13 in Oriya 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Isaiah 55:2 in Oriya 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Luke 10:40 in Oriya 40 କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋ’ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କ'ଣ ଆପଣଙ୍କର ମନ ନାହିଁ ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।
Luke 12:20 in Oriya 20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
Luke 12:29 in Oriya 29 ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
1 Corinthians 7:31 in Oriya 31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।
James 4:14 in Oriya 14 କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
James 5:3 in Oriya 3 ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ !
1 Peter 1:24 in Oriya 24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
1 Peter 5:7 in Oriya 7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।