Psalm 4:2 in Oriya 2 ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? ସେଲା
Other Translations King James Version (KJV) O ye sons of men, how long will ye turn my glory into shame? how long will ye love vanity, and seek after leasing? Selah.
American Standard Version (ASV) O ye sons of men, how long shall my glory be turned into dishonor? `How long' will ye love vanity, and seek after falsehood? Selah
Bible in Basic English (BBE) O you sons of men, how long will you go on turning my glory into shame? how long will you give your love to foolish things, going after what is false? (Selah.)
Darby English Bible (DBY) Ye sons of men, till when is my glory [to be put] to shame? [How long] will ye love vanity, will ye seek after a lie? Selah.
Webster's Bible (WBT) To the chief Musician on Neginoth, A Psalm of David. Hear me when I call, O God of my righteousness: thou hast enlarged me when I was in distress; have mercy upon me, and hear my prayer.
World English Bible (WEB) You sons of men, how long shall my glory be turned into dishonor? Will you love vanity, and seek after falsehood? Selah.
Young's Literal Translation (YLT) Sons of men! till when `is' my glory for shame? Ye love a vain thing, ye seek a lie. Selah.
Cross Reference Exodus 10:3 in Oriya 3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Numbers 14:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
1 Samuel 12:21 in Oriya 21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
Psalm 2:1 in Oriya 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି ?
Psalm 3:3 in Oriya 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ' ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ' ମସ୍ତକ ଉଠାଇବା କର୍ତ୍ତା ଅଟ।
Psalm 5:6 in Oriya 6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
Psalm 14:6 in Oriya 6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
Psalm 31:6 in Oriya 6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
Psalm 57:4 in Oriya 4 ମୋ' ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
Psalm 58:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
Psalm 58:3 in Oriya 3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
Psalm 63:11 in Oriya 11 ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।
Psalm 72:2 in Oriya 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Psalm 106:20 in Oriya 20 ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
Proverbs 1:22 in Oriya 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
Ecclesiastes 8:11 in Oriya 11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
Ecclesiastes 9:3 in Oriya 3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
Isaiah 20:5 in Oriya 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 59:4 in Oriya 4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 2:11 in Oriya 11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”
Jeremiah 9:3 in Oriya 3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।
Hosea 4:7 in Oriya 7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
Jonah 2:8 in Oriya 8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
1 Corinthians 1:31 in Oriya 31 ଅତଏବ, ଯେପରି ଲେଖା ଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।”
Ephesians 4:25 in Oriya 25 ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।