Psalm 42:5 in Oriya 5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
Other Translations King James Version (KJV) Why art thou cast down, O my soul? and why art thou disquieted in me? hope thou in God: for I shall yet praise him for the help of his countenance.
American Standard Version (ASV) Why art thou cast down, O my soul? And `why' art thou disquieted within me? Hope thou in God; for I shall yet praise him `For' the help of his countenance.
Bible in Basic English (BBE) Why are you crushed down, O my soul? and why are you troubled in me? put your hope in God; for I will again give him praise who is my help and my God.
Darby English Bible (DBY) Why art thou cast down, my soul, and art disquieted in me? hope in God; for I shall yet praise him, [for] the health of his countenance.
Webster's Bible (WBT) When I remember these things, I pour out my soul in me: for I had gone with the multitude, I went with them to the house of God, with the voice of joy and praise, with a multitude that kept holy-day.
World English Bible (WEB) Why are you in despair, my soul? Why are you disturbed within me? Hope in God! For I shall still praise him for the saving help of his presence.
Young's Literal Translation (YLT) What! bowest thou thyself, O my soul? Yea, art thou troubled within me? Wait for God, for still I confess Him: The salvation of my countenance -- My God!
Cross Reference Numbers 6:26 in Oriya 26 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।”
1 Samuel 30:6 in Oriya 6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
Job 13:15 in Oriya 15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Psalm 27:13 in Oriya 13 ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା'ନ୍ତି।
Psalm 35:14 in Oriya 14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
Psalm 37:7 in Oriya 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
Psalm 38:6 in Oriya 6 ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
Psalm 42:11 in Oriya 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ' ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Psalm 43:5 in Oriya 5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ଓ ତୁମ୍ଭେ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ' ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Psalm 44:3 in Oriya 3 କାରଣ ସେମାନେ ନିଜ ଖଡ଼୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
Psalm 55:4 in Oriya 4 ମୋ' ଅନ୍ତରରେ ମୋ' ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋ' ଉପରେ ମୃତ୍ୟୁୁର ତ୍ରାସ ପଡ଼ିଅଛି।
Psalm 56:3 in Oriya 3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
Psalm 56:11 in Oriya 11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କ'ଣ କରି ପାରିବ ?
Psalm 61:2 in Oriya 2 ମୋ' ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ'ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
Psalm 71:14 in Oriya 14 ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
Psalm 77:3 in Oriya 3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। ସେଲା
Psalm 91:15 in Oriya 15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Psalm 142:2 in Oriya 2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
Psalm 143:3 in Oriya 3 ଶତ୍ରୁ ମୋ' ପ୍ରାଣକୁ ତାଡ଼ନା କରିଅଛି; ସେ ମୋ' ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Lamentations 3:24 in Oriya 24 ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।
Matthew 1:23 in Oriya 23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ୱର।”
Matthew 26:38 in Oriya 38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Mark 14:33 in Oriya 33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
Romans 4:18 in Oriya 18 “ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
Hebrews 10:36 in Oriya 36 ଯେଣୁ ତୁମ୍ଭେମାନେ ଯେପରି ଇଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।