Psalm 43 in Oriya

1 ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।

2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ?

3 ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।

4 ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।

5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ଓ ତୁମ୍ଭେ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ' ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।