Psalm 44:2 in Oriya 2 ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
Other Translations King James Version (KJV) How thou didst drive out the heathen with thy hand, and plantedst them; how thou didst afflict the people, and cast them out.
American Standard Version (ASV) Thou didst drive out the nations with thy hand; But them thou didst plant: Thou didst afflict the peoples; But them thou didst spread abroad.
Bible in Basic English (BBE) Uprooting the nations with your hand, and planting our fathers in their place; cutting down the nations, but increasing the growth of your people.
Darby English Bible (DBY) Thou, by thy hand, didst dispossess the nations, but them thou didst plant; thou didst afflict the peoples, but them didst thou cause to spread out.
Webster's Bible (WBT) To the chief Musician for the sons of Korah, Maschil. We have heard with our ears, O God, our fathers have told us, what work thou didst in their days, in the times of old.
World English Bible (WEB) You drove out the nations with your hand, But you planted them. You afflicted the peoples, But you spread them abroad.
Young's Literal Translation (YLT) Thou, `with' Thy hand, nations hast dispossessed. And Thou dost plant them. Thou afflictest peoples, and sendest them away.
Cross Reference Exodus 15:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
Exodus 15:19 in Oriya 19 କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ-ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
Exodus 23:28 in Oriya 28 ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
Exodus 34:11 in Oriya 11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।
Numbers 13:32 in Oriya 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
Deuteronomy 7:1 in Oriya 1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Joshua 3:10 in Oriya 10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
Joshua 10:11 in Oriya 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Joshua 11:23 in Oriya 23 ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
Joshua 21:43 in Oriya 43 ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
Joshua 24:12 in Oriya 12 ଆଉ ତୁମ୍ଭର ଖଡ଼୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
1 Samuel 5:6 in Oriya 6 ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
2 Samuel 7:10 in Oriya 10 ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;
Nehemiah 9:22 in Oriya 22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
Psalm 78:55 in Oriya 55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
Psalm 80:8 in Oriya 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
Psalm 105:44 in Oriya 44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
Psalm 135:10 in Oriya 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
Psalm 136:17 in Oriya 17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;