Psalm 45:7 in Oriya 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Other Translations King James Version (KJV) Thou lovest righteousness, and hatest wickedness: therefore God, thy God, hath anointed thee with the oil of gladness above thy fellows.
American Standard Version (ASV) Thou hast loved righteousness, and hated wickedness: Therefore God, thy God, hath anointed thee With the oil of gladness above thy fellows.
Bible in Basic English (BBE) You have been a lover of righteousness and a hater of evil: and so God, your God, has put the oil of joy on your head, lifting you high over all other kings.
Darby English Bible (DBY) Thou hast loved righteousness, and hated wickedness; therefore God, thy God, hath anointed thee with the oil of gladness above thy companions.
Webster's Bible (WBT) Thy throne, O God, is for ever and ever: the scepter of thy kingdom is a scepter of justice.
World English Bible (WEB) You have loved righteousness, and hated wickedness. Therefore God, your God, has anointed you with the oil of gladness above your fellows.
Young's Literal Translation (YLT) Thou hast loved righteousness and hatest wickedness, Therefore God, thy God, hath anointed thee, Oil of joy above thy companions.
Cross Reference Leviticus 8:12 in Oriya 12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
1 Samuel 16:13 in Oriya 13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
1 Kings 1:39 in Oriya 39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
1 Kings 19:16 in Oriya 16 ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।
Psalm 2:2 in Oriya 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
Psalm 11:7 in Oriya 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
Psalm 21:6 in Oriya 6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
Psalm 33:5 in Oriya 5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
Psalm 89:20 in Oriya 20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
Psalm 89:26 in Oriya 26 ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
Psalm 99:4 in Oriya 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Psalm 101:3 in Oriya 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ'ଠାରେ ଲିପ୍ତ ହେବ ନାହିଁ।
Psalm 101:8 in Oriya 8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Matthew 3:15 in Oriya 15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ୍।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।
Matthew 7:23 in Oriya 23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।
Luke 3:22 in Oriya 22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 13:27 in Oriya 27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ।
John 1:16 in Oriya 16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ।
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
John 20:17 in Oriya 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଇଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।
Acts 2:28 in Oriya 28 ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
Hebrews 1:9 in Oriya 9 “ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
Hebrews 7:26 in Oriya 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।