Psalm 47:9 in Oriya 9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
Other Translations King James Version (KJV) The princes of the people are gathered together, even the people of the God of Abraham: for the shields of the earth belong unto God: he is greatly exalted.
American Standard Version (ASV) The princes of the peoples are gathered together `To be' the people of the God of Abraham: For the shields of the earth belong unto God; He is greatly exalted. Psalm 48 A Song; a Psalm of the sons of Korah.
Bible in Basic English (BBE) The rulers of the peoples have come together, with the people of the God of Abraham; because the powers of the earth are God's: he is lifted up on high.
Darby English Bible (DBY) The willing-hearted of the peoples have gathered together, [with] the people of the God of Abraham. For unto God [belong] the shields of the earth: he is greatly exalted.
Webster's Bible (WBT) God reigneth over the heathen: God sitteth upon the throne of his holiness.
World English Bible (WEB) The princes of the peoples are gathered together, The people of the God of Abraham. For the shields of the earth belong to God. He is greatly exalted!
Young's Literal Translation (YLT) Nobles of peoples have been gathered, `With' the people of the God of Abraham, For to God `are' the shields of earth, Greatly hath He been exalted!
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 72:7 in Oriya 7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
Psalm 72:11 in Oriya 11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
Psalm 89:18 in Oriya 18 କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
Psalm 97:9 in Oriya 9 କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
Psalm 110:2 in Oriya 2 “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
Proverbs 30:5 in Oriya 5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
Isaiah 11:10 in Oriya 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Isaiah 60:4 in Oriya 4 ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।
Isaiah 66:19 in Oriya 19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
Matthew 22:32 in Oriya 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର। ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।
Romans 4:11 in Oriya 11 ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Galatians 3:29 in Oriya 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।