Psalm 5:10 in Oriya 10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
Other Translations King James Version (KJV) Destroy thou them, O God; let them fall by their own counsels; cast them out in the multitude of their transgressions; for they have rebelled against thee.
American Standard Version (ASV) Hold them guilty, O God; Let them fall by their own counsels; Thrust them out in the multitude of their transgressions; For they have rebelled against thee.
Bible in Basic English (BBE) Send them to destruction, O Lord; let their evil designs be the cause of their fall; let them be forced out by all their sins; because they have gone against your authority.
Darby English Bible (DBY) Bring guilt upon them, O God; let them fall by their own counsels: drive them out in the multitude of their transgressions, for they have rebelled against thee.
Webster's Bible (WBT) For there is no faithfulness in their mouth; their inward part is very wickedness; their throat is an open sepulcher; they flatter with their tongue.
World English Bible (WEB) Hold them guilty, God. Let them fall by their own counsels; Thrust them out in the multitude of their transgressions, For they have rebelled against you.
Young's Literal Translation (YLT) Declare them guilty, O God, Let them fall from their own counsels, In the abundance of their transgressions Drive them away, Because they have rebelled against Thee.
Cross Reference Deuteronomy 2:30 in Oriya 30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
1 Samuel 25:29 in Oriya 29 ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।
1 Samuel 25:39 in Oriya 39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି। ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
2 Samuel 15:31 in Oriya 31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
2 Samuel 17:14 in Oriya 14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
2 Samuel 17:23 in Oriya 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
Esther 7:10 in Oriya 10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Job 5:12 in Oriya 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 9:15 in Oriya 15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
Psalm 10:15 in Oriya 15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।
Psalm 17:13 in Oriya 13 ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ' ପ୍ରାଣକୁ ଉଦ୍ଧାର କର;
Psalm 21:8 in Oriya 8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
Psalm 28:3 in Oriya 3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
Psalm 31:18 in Oriya 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
Psalm 35:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ, ଯେଉଁମାନେ ମୋ' ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ' ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
Psalm 35:26 in Oriya 26 ଯେଉଁମାନେ ମୋ' ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ' ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
Psalm 55:15 in Oriya 15 ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
Psalm 59:12 in Oriya 12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
Psalm 64:6 in Oriya 6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
Psalm 66:7 in Oriya 7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା
Psalm 68:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
Psalm 69:22 in Oriya 22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
Psalm 71:13 in Oriya 13 ମୋ' ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
Psalm 79:12 in Oriya 12 ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।
Psalm 83:9 in Oriya 9 ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
Psalm 107:11 in Oriya 11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;
Psalm 109:6 in Oriya 6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
Psalm 137:7 in Oriya 7 ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
Psalm 140:9 in Oriya 9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ।
Psalm 144:6 in Oriya 6 ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।
Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Isaiah 1:20 in Oriya 20 ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Lamentations 1:5 in Oriya 5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Daniel 9:9 in Oriya 9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”