Psalm 5:7 in Oriya 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
Other Translations King James Version (KJV) But as for me, I will come into thy house in the multitude of thy mercy: and in thy fear will I worship toward thy holy temple.
American Standard Version (ASV) But as for me, in the abundance of thy lovingkindness will I come into thy house: In thy fear will I worship toward thy holy temple.
Bible in Basic English (BBE) But as for me, I will come into your house, in the full measure of your mercy; and in your fear I will give worship, turning my eyes to your holy Temple.
Darby English Bible (DBY) But as for me, in the greatness of thy loving-kindness will I enter thy house; I will bow down toward the temple of thy holiness in thy fear.
Webster's Bible (WBT) Thou shalt destroy them that speak falsehood: the LORD will abhor the bloody and deceitful man.
World English Bible (WEB) But as for me, in the abundance of your loving kindness I will come into your house: I will bow toward your holy temple in reverence of you.
Young's Literal Translation (YLT) And I, in the abundance of Thy kindness, I enter Thy house, I bow myself toward Thy holy temple in Thy fear.
Cross Reference Joshua 24:15 in Oriya 15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
1 Kings 8:29 in Oriya 29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ,'ଏହିଠାରେ ଆମ୍ଭ ନାମ ରହିବ', ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
1 Kings 8:35 in Oriya 35 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
1 Kings 8:38 in Oriya 38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
Psalm 28:2 in Oriya 2 ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ' ନିବେଦନର ରବ ଶ୍ରବଣ କର।
Psalm 51:1 in Oriya 1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ' ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Psalm 52:8 in Oriya 8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
Psalm 55:16 in Oriya 16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
Psalm 69:13 in Oriya 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Psalm 69:16 in Oriya 16 ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ' ପ୍ରତି ଫେର।
Psalm 130:4 in Oriya 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
Psalm 132:7 in Oriya 7 ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
Psalm 138:2 in Oriya 2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
Isaiah 55:7 in Oriya 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Isaiah 64:11 in Oriya 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Luke 6:11 in Oriya 11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;