Psalm 50:1 in Oriya 1 ଆସଫର ଗୀତ। ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
Other Translations King James Version (KJV) The mighty God, even the LORD, hath spoken, and called the earth from the rising of the sun unto the going down thereof.
American Standard Version (ASV) The Mighty One, God, Jehovah, hath spoken, And called the earth from the rising of the sun unto the going down thereof.
Bible in Basic English (BBE) <A Psalm. Of Asaph.> The God of gods, even the Lord, has sent out his voice, and the earth is full of fear; from the coming up of the sun to its going down.
Darby English Bible (DBY) {A Psalm. Of Asaph.} ùGod, Elohim-Jehovah, hath spoken, and called the earth from the rising of the sun unto the going down thereof.
Webster's Bible (WBT) A Psalm of Asaph. The mighty God, even the LORD, hath spoken, and called the earth from the rising to the setting of the sun.
World English Bible (WEB) > The Mighty One, God, Yahweh, speaks, And calls the earth from sunrise to sunset.
Young's Literal Translation (YLT) A Psalm of Asaph. The God of gods -- Jehovah -- hath spoken, And He calleth to the earth From the rising of the sun unto its going in.
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Joshua 22:22 in Oriya 22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
1 Kings 18:21 in Oriya 21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
1 Kings 18:36 in Oriya 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
1 Chronicles 15:17 in Oriya 17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନ୍କୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନକୁ;
1 Chronicles 16:37 in Oriya 37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ
1 Chronicles 25:2 in Oriya 2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
1 Chronicles 25:6 in Oriya 6 ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।
2 Chronicles 29:30 in Oriya 30 ଆହୁରି, ହିଜକିୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
Nehemiah 9:6 in Oriya 6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
Nehemiah 9:32 in Oriya 32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Psalm 49:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
Psalm 73:1 in Oriya 1 ଆସଫର ଗୀତ। ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।
Psalm 83:1 in Oriya 1 ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
Psalm 113:3 in Oriya 3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
Psalm 145:3 in Oriya 3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।
Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Jeremiah 10:6 in Oriya 6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
Jeremiah 32:18 in Oriya 18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
Amos 3:8 in Oriya 8 ସିଂହ ଗର୍ଜନ କରିଅଛି, କିଏ ଭୟ ନ କରିବ ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ ?
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Matthew 25:32 in Oriya 32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,