Psalm 50:23 in Oriya 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Other Translations King James Version (KJV) Whoso offereth praise glorifieth me: and to him that ordereth his conversation aright will I shew the salvation of God.
American Standard Version (ASV) Whoso offereth the sacrifice of thanksgiving glorifieth me; And to him that ordereth his way `aright' Will I show the salvation of God. Psalm 51 For the Chief Musician. A Psalm of David; when Nathan the prophet came unto him, after he had gone in to Bathsheba.
Bible in Basic English (BBE) Whoever makes an offering of praise gives glory to me; and to him who is upright in his ways I will make clear the salvation of God.
Darby English Bible (DBY) Whoso offereth praise glorifieth me; and to him that ordereth [his] way will I shew the salvation of God.
Webster's Bible (WBT) Whoever offereth praise glorifieth me: and to him that ordereth his deportment aright will I show the salvation of God.
World English Bible (WEB) Whoever offers the sacrifice of thanksgiving glorifies me, And prepares his way so that I will show God's salvation to him."
Young's Literal Translation (YLT) He who is sacrificing praise honoureth Me, As to him who maketh a way, I cause him to look on the salvation of God!
Cross Reference Psalm 22:23 in Oriya 23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
Psalm 24:4 in Oriya 4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
Psalm 25:14 in Oriya 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Psalm 27:6 in Oriya 6 ଏଣୁ ଏବେ ମୋ' ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 85:9 in Oriya 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
Psalm 85:13 in Oriya 13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
Psalm 86:9 in Oriya 9 ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Psalm 86:12 in Oriya 12 ହେ ପ୍ରଭୁ, ମୋ' ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
Psalm 91:16 in Oriya 16 ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 51:5 in Oriya 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।
Luke 2:30 in Oriya 30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
John 7:17 in Oriya 17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
Acts 10:2 in Oriya 2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Acts 11:14 in Oriya 14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ।
Acts 13:26 in Oriya 26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 15:6 in Oriya 6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଇଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Galatians 1:24 in Oriya 24 ଆଉ ସେମାନେ ମୋ' ସକାଶେ ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
Galatians 6:16 in Oriya 16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
James 3:13 in Oriya 13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
1 Peter 1:15 in Oriya 15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।