Psalm 51:1 in Oriya 1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ' ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Other Translations King James Version (KJV) Have mercy upon me, O God, according to thy lovingkindness: according unto the multitude of thy tender mercies blot out my transgressions.
American Standard Version (ASV) Have mercy upon me, O God, according to thy lovingkindness: According to the multitude of thy tender mercies blot out my transgressions.
Bible in Basic English (BBE) <To the chief music-maker. A Psalm. Of David. When Nathan the prophet came to him, after he had gone in to Bath-sheba.> Have pity on me, O God, in your mercy; out of a full heart, take away my sin.
Darby English Bible (DBY) {To the chief Musician. A Psalm of David; when Nathan the prophet came to him, after he had gone in to Bath-sheba.} Be gracious unto me, O God, according to thy loving-kindness; according to the abundance of thy tender mercies, blot out my transgressions.
World English Bible (WEB) > Have mercy on me, God, according to your loving kindness. According to the multitude of your tender mercies, blot out my transgressions.
Young's Literal Translation (YLT) To the Overseer. -- A Psalm of David, in the coming inn unto him of Nathan the prophet, when he hath gone in unto Bath-Sheba. Favour me, O God, according to Thy kindness, According to the abundance of Thy mercies, Blot out my transgressions.
Cross Reference Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
2 Samuel 11:2 in Oriya 2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
Nehemiah 4:5 in Oriya 5 ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।
Psalm 4:1 in Oriya 1 ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
Psalm 5:7 in Oriya 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
Psalm 25:6 in Oriya 6 ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
Psalm 40:11 in Oriya 11 ହେ ସଦାପ୍ରଭୁ, ତୁମ୍ଭେ ମୋ'ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
Psalm 51:9 in Oriya 9 ମୋ' ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ' ଅପରାଧସବୁ ମାର୍ଜ୍ଜନା କର।
Psalm 69:13 in Oriya 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Psalm 69:16 in Oriya 16 ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ' ପ୍ରତି ଫେର।
Psalm 77:9 in Oriya 9 ପରମେଶ୍ୱର କ'ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ'ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? ସେଲା
Psalm 106:7 in Oriya 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ।
Psalm 106:45 in Oriya 45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
Psalm 109:21 in Oriya 21 ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ' ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
Psalm 119:124 in Oriya 124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
Psalm 145:9 in Oriya 9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
Isaiah 43:25 in Oriya 25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
Isaiah 44:22 in Oriya 22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
Isaiah 63:7 in Oriya 7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
Isaiah 63:15 in Oriya 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି।
Jeremiah 18:23 in Oriya 23 ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।
Lamentations 3:32 in Oriya 32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Daniel 9:9 in Oriya 9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Colossians 2:14 in Oriya 14 ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;