Psalm 51:4 in Oriya 4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
Other Translations King James Version (KJV) Against thee, thee only, have I sinned, and done this evil in thy sight: that thou mightest be justified when thou speakest, and be clear when thou judgest.
American Standard Version (ASV) Against thee, thee only, have I sinned, And done that which is evil in thy sight; That thou mayest be justified when thou speakest, And be clear when thou judgest.
Bible in Basic English (BBE) Against you, you only, have I done wrong, working that which is evil in your eyes; so that your words may be seen to be right, and you may be clear when you are judging.
Darby English Bible (DBY) Against thee, thee only, have I sinned, and done what is evil in thy sight; that thou mayest be justified when thou speakest, be clear when thou judgest.
Webster's Bible (WBT) Wash me thoroughly from my iniquity, and cleanse me from my sin.
World English Bible (WEB) Against you, and you only, have I sinned, And done that which is evil in your sight; That you may be proved right when you speak, And justified when you judge.
Young's Literal Translation (YLT) Against Thee, Thee only, I have sinned, And done the evil thing in Thine eyes, So that Thou art righteous in Thy words, Thou art pure in Thy judging.
Cross Reference Genesis 9:6 in Oriya 6 ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Genesis 20:6 in Oriya 6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।
Genesis 38:7 in Oriya 7 ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।
Genesis 39:9 in Oriya 9 ଏହି ଗୃହରେ ମୋ'ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ' ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”
Leviticus 5:19 in Oriya 19 ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”
Leviticus 6:2 in Oriya 2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
2 Samuel 12:9 in Oriya 9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ଼୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍ ସନ୍ତାନଗଣର ଖଡ଼୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
2 Samuel 12:13 in Oriya 13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
2 Kings 17:17 in Oriya 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
2 Kings 21:6 in Oriya 6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Psalm 50:4 in Oriya 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
Psalm 50:6 in Oriya 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
Luke 7:29 in Oriya 29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
Luke 15:21 in Oriya 21 ପୁତ୍ର ତାହାଙ୍କୁ କହିଲା, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
Acts 17:31 in Oriya 31 କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 3:4 in Oriya 4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”
James 2:9 in Oriya 9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
James 2:11 in Oriya 11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।