Psalm 51:6 in Oriya 6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
Other Translations King James Version (KJV) Behold, thou desirest truth in the inward parts: and in the hidden part thou shalt make me to know wisdom.
American Standard Version (ASV) Behold, thou desirest truth in the inward parts; And in the hidden part thou wilt make me to know wisdom.
Bible in Basic English (BBE) Your desire is for what is true in the inner parts: in the secrets of my soul you will give me knowledge of wisdom.
Darby English Bible (DBY) Behold, thou wilt have truth in the inward parts; and in the hidden [part] thou wilt make me to know wisdom.
Webster's Bible (WBT) Against thee, thee only, have I sinned, and done this evil in thy sight: that thou mayest be justified when thou speakest, and be clear when thou judgest.
World English Bible (WEB) Behold, you desire truth in the inward parts. You teach me wisdom in the inmost place.
Young's Literal Translation (YLT) Lo, truth Thou hast desired in the inward parts, And in the hidden part Wisdom Thou causest me to know.
Cross Reference Genesis 20:5 in Oriya 5 ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
2 Chronicles 31:20 in Oriya 20 ହିଜକିୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Job 32:8 in Oriya 8 ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
Job 38:36 in Oriya 36 କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି ? ଅବା ମନକୁ କିଏ ବୁଦ୍ଧି ଦେଇଅଛି ?
Psalm 5:9 in Oriya 9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
Psalm 15:2 in Oriya 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
Psalm 26:2 in Oriya 2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
Psalm 125:4 in Oriya 4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
Proverbs 2:6 in Oriya 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
Proverbs 2:21 in Oriya 21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସାଧୁମାନେ ତହିଁରେ ସୁସ୍ଥିର ରହିବେ।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Luke 11:39 in Oriya 39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
John 4:23 in Oriya 23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାଁନ୍ତି।
Romans 7:22 in Oriya 22 କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
1 Peter 3:4 in Oriya 4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଇଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।