Psalm 53:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
Other Translations King James Version (KJV) The fool hath said in his heart, There is no God. Corrupt are they, and have done abominable iniquity: there is none that doeth good.
American Standard Version (ASV) The fool hath said in his heart, There is no God. Corrupt are they, and have done abominable iniquity; There is none that doeth good.
Bible in Basic English (BBE) <To the chief music-maker; put to Mahalath. Maschil. Of David.> The foolish man has said in his heart, God will not do anything. They are unclean, they have done evil works; there is not one who does good.
Darby English Bible (DBY) {To the chief Musician. On Mahalath: an instruction. Of David.} The fool hath said in his heart, There is no God! They have corrupted themselves, and have done abominable iniquity: there is none that doeth good.
World English Bible (WEB) > The fool has said in his heart, "There is no God." They are corrupt, and have done abominable iniquity. There is no one who does good.
Young's Literal Translation (YLT) To the Overseer. -- `On a disease.' -- An instruction, by David. A fool said in his heart, `There is no God.' They have done corruptly, Yea, they have done abominable iniquity, There is none doing good.
Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 6:11 in Oriya 11 ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
Leviticus 18:24 in Oriya 24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
Deuteronomy 12:31 in Oriya 31 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
1 Kings 12:26 in Oriya 26 ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;
1 Kings 14:24 in Oriya 24 ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
Job 14:4 in Oriya 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।
Job 15:16 in Oriya 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
Psalm 10:4 in Oriya 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
Psalm 10:6 in Oriya 6 ସେ ଆପଣା ମନେ ମନେ କହେ, “ମୋ' ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”
Psalm 10:11 in Oriya 11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
Psalm 10:13 in Oriya 13 ଦୁଷ୍ଟଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ ?
Psalm 14:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
Psalm 88:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୁ, ମୋ' ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Psalm 92:6 in Oriya 6 ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
Ezekiel 16:47 in Oriya 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Ezekiel 16:51 in Oriya 51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
Matthew 5:22 in Oriya 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
Luke 12:20 in Oriya 20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 3:10 in Oriya 10 ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
Ephesians 5:12 in Oriya 12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;