Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Other Translations King James Version (KJV) Be merciful unto me, O God, be merciful unto me: for my soul trusteth in thee: yea, in the shadow of thy wings will I make my refuge, until these calamities be overpast.
American Standard Version (ASV) Be merciful unto me, O God, be merciful unto me; For my soul taketh refuge in thee: Yea, in the shadow of thy wings will I take refuge, Until `these' calamities be overpast.
Bible in Basic English (BBE) <To the chief music-maker; put to Al-tashheth. Michtam. Of David. When he went in flight from Saul, in the hole of the rock.> Have mercy on me, O God, have mercy on me; for the hope of my soul is in you: I will keep myself safely under the shade of your wings, till these troubles are past.
Darby English Bible (DBY) {To the chief Musician. 'Destroy not.' Of David. Michtam; when he fled from Saul in the cave.} Be gracious unto me, O God, be gracious unto me; for my soul taketh refuge in thee: yea, in the shadow of thy wings do I take refuge, until the calamities be overpast.
World English Bible (WEB) > Be merciful to me, God, be merciful to me, For my soul takes refuge in you. Yes, in the shadow of your wings, I will take refuge, Until disaster has passed.
Young's Literal Translation (YLT) To the Overseer. -- `Destroy not.' -- A secret treasure of David, in his fleeing from the face of Saul into a cave. Favour me, O God, favour me, For in Thee is my soul trusting, And in the shadow of Thy wings I trust, Until the calamities pass over.
Cross Reference Ruth 2:12 in Oriya 12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”
1 Samuel 22:1 in Oriya 1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
1 Samuel 24:3 in Oriya 3 ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।
1 Samuel 24:8 in Oriya 8 ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 9:10 in Oriya 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।
Psalm 13:5 in Oriya 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Psalm 17:7 in Oriya 7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
Psalm 36:7 in Oriya 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Psalm 56:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ହେ ପରମେଶ୍ୱର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ' ପ୍ରତି ଉପଦ୍ରବ କରଇ।
Psalm 58:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
Psalm 59:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋ' ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ' ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
Psalm 61:4 in Oriya 4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
Psalm 63:7 in Oriya 7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
Psalm 69:13 in Oriya 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Psalm 91:4 in Oriya 4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Psalm 91:9 in Oriya 9 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
Psalm 119:76 in Oriya 76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Psalm 142:1 in Oriya 1 ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
Isaiah 10:25 in Oriya 25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Matthew 24:22 in Oriya 22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
John 16:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
James 5:10 in Oriya 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 21:4 in Oriya 4 ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।