Psalm 60:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
Other Translations King James Version (KJV) O God, thou hast cast us off, thou hast scattered us, thou hast been displeased; O turn thyself to us again.
American Standard Version (ASV) O God thou hast cast us off, thou hast broken us down; Thou hast been angry; oh restore us again.
Bible in Basic English (BBE) <To the chief music-maker; put to Shushan-eduth. Michtam. Of David. For teaching. When he was fighting against Aram-naharaim and Aramzobah, when Joab came back, and put twelve thousand of the Edomites to death, in the Valley of Salt.> God, you have put us away from you, you have sent us in all directions, you have been angry; O be turned to us again.
Darby English Bible (DBY) {To the chief Musician. On Shushan. Testimony. Michtam of David; to teach: when he strove with the Syrians of Mesopotamia, and the Syrians of Zobah, and Joab returned, and smote the Edomites in the valley of salt, twelve thousand.} O God, thou hast cast us off, thou hast scattered us, thou hast been displeased: restore us again.
World English Bible (WEB) > God, you have rejected us. You have broken us down. You have been angry. Restore us, again.
Young's Literal Translation (YLT) To the Overseer. -- `Concerning the Lily of Testimony,' a secret treasure of David, to teach, in his striving with Aram-Naharaim, and with Aram-Zobah, and Joab turneth back and smiteth Edom in the valley of Salt -- twelve thousand. O God, Thou hadst cast us off, Thou hadst broken us -- hadst been angry! -- Thou dost turn back to us.
Cross Reference 1 Samuel 4:10 in Oriya 10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
1 Samuel 4:17 in Oriya 17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।
1 Samuel 13:6 in Oriya 6 ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
1 Samuel 13:11 in Oriya 11 ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋ' ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି;
1 Samuel 13:19 in Oriya 19 ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ଼୍ଗ ବା ବର୍ଚ୍ଛା ନିର୍ମାଣ କରିବେ;
1 Samuel 31:1 in Oriya 1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
2 Samuel 5:20 in Oriya 20 ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋ' ସମ୍ମୁଖରେ ମୋ' ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ।
2 Samuel 8:3 in Oriya 3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
2 Samuel 8:12 in Oriya 12 ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
2 Samuel 10:16 in Oriya 16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
2 Kings 14:7 in Oriya 7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
1 Chronicles 18:3 in Oriya 3 ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।
1 Chronicles 18:12 in Oriya 12 ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
1 Chronicles 19:16 in Oriya 16 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ। ହଦରେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
2 Chronicles 25:11 in Oriya 11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
Psalm 44:9 in Oriya 9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
Psalm 59:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋ' ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ' ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
Psalm 59:11 in Oriya 11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ' ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
Psalm 60:10 in Oriya 10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Psalm 74:1 in Oriya 1 ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
Psalm 79:5 in Oriya 5 ହେ ସଦାପ୍ରଭୁ, କେତେ କାଳ ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ ?
Psalm 79:9 in Oriya 9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
Psalm 80:3 in Oriya 3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Psalm 85:4 in Oriya 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
Psalm 89:3 in Oriya 3 “ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
Psalm 89:7 in Oriya 7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
Psalm 89:19 in Oriya 19 ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Psalm 89:38 in Oriya 38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
Psalm 90:13 in Oriya 13 ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
Psalm 108:11 in Oriya 11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Lamentations 3:31 in Oriya 31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Romans 11:1 in Oriya 1 ତେବେ ମୁଁ କହେ, ଈଶ୍ୱର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି ? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।