Psalm 61 in Oriya

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ' ପ୍ରାର୍ଥନାରେ ମନୋଯୋଗ କର।

2 ମୋ' ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ'ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।

3 କାରଣ ତୁମ୍ଭେ ମୋ' ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।

4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।

5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।

6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।

7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।

8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।