Psalm 62:12 in Oriya 12 ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Other Translations King James Version (KJV) Also unto thee, O Lord, belongeth mercy: for thou renderest to every man according to his work.
American Standard Version (ASV) Also unto thee, O Lord, belongeth lovingkindness; For thou renderest to every man according to his work. Psalm 63 A Psalm of David when he was in the wilderness of Judah.
Bible in Basic English (BBE) And mercy, O Lord, is yours, for you give to every man the reward of his work.
Darby English Bible (DBY) And unto thee, O Lord, [belongeth] loving-kindness; for *thou* renderest to every man according to his work.
Webster's Bible (WBT) God hath spoken once; twice have I heard this; that power belongeth to God.
World English Bible (WEB) Also to you, Lord, belongs loving kindness, For you reward every man according to his work.
Young's Literal Translation (YLT) And with Thee, O Lord, `is' kindness, For Thou dost recompense to each, According to his work!
Cross Reference Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Job 34:11 in Oriya 11 ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ।
Psalm 86:5 in Oriya 5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Psalm 103:8 in Oriya 8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
Psalm 103:17 in Oriya 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Proverbs 24:12 in Oriya 12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ'ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ'ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ'ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
Jeremiah 32:19 in Oriya 19 ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
Ezekiel 7:27 in Oriya 27 ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Ezekiel 33:20 in Oriya 20 ତଥାପି ତୁମ୍ଭେମାନେ କହୁଅଛ, “ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା।”
Daniel 9:9 in Oriya 9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Romans 2:6 in Oriya 6 ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
1 Corinthians 3:8 in Oriya 8 ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।
2 Corinthians 5:10 in Oriya 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
Ephesians 6:8 in Oriya 8 ଏହା ଜାଣି ମନୁଷ୍ୟର ସେବା କଲାପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲାପରି ସ୍ୱଚ୍ଛନ୍ଦରେ ସେବା କର।
Colossians 3:25 in Oriya 25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
Revelation 22:12 in Oriya 12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।