Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Other Translations King James Version (KJV) O God, thou art my God; early will I seek thee: my soul thirsteth for thee, my flesh longeth for thee in a dry and thirsty land, where no water is;
American Standard Version (ASV) O God, thou art my God; earnestly will I seek thee: My soul thirsteth for thee, my flesh longeth for thee, In a dry and weary land, where no water is.
Bible in Basic English (BBE) <A Psalm. Of David. When he was in the waste land of Judah.> O God, you are my God; early will I make my search for you: my soul is dry for need of you, my flesh is wasted with desire for you, as a dry and burning land where no water is;
Darby English Bible (DBY) {A Psalm of David; when he was in the wilderness of Judah.} O God, thou art my ùGod; early will I seek thee. My soul thirsteth for thee, my flesh languisheth for thee, in a dry and weary land without water:
World English Bible (WEB) > God, you are my God. I will earnestly seek you. My soul thirsts for you, My flesh longs for you, In a dry and weary land, where there is no water.
Young's Literal Translation (YLT) A Psalm of David, in his being in the wilderness of Judah. O God, Thou `art' my God, earnestly do I seek Thee, Thirsted for Thee hath my soul, Longed for Thee hath my flesh, In a land dry and weary, without waters.
Cross Reference Exodus 15:2 in Oriya 2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
Exodus 17:3 in Oriya 3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”
1 Samuel 22:5 in Oriya 5 ଏଥି ମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ। ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ।
1 Samuel 23:14 in Oriya 14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
1 Samuel 23:23 in Oriya 23 ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ' କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।
1 Samuel 26:1 in Oriya 1 ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ'ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।
2 Samuel 15:28 in Oriya 28 ଦେଖ, ତୁମ୍ଭମାନଙ୍କଠାରୁ ମୋ'ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ଅପେକ୍ଷା କରିବି।”
Job 8:5 in Oriya 5 ଯେବେ ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
Psalm 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
Psalm 31:14 in Oriya 14 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହିଲି, “ତୁମ୍ଭେ ମୋହର ପରମେଶ୍ୱର।”
Psalm 42:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋ' ପ୍ରାଣ ତୁମ୍ଭ ପାଇଁ ଧକାଏ।
Psalm 42:11 in Oriya 11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ' ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ' ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Psalm 78:34 in Oriya 34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
Psalm 84:2 in Oriya 2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
Psalm 91:2 in Oriya 2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
Psalm 102:3 in Oriya 3 କାରଣ ମୋ' ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
Psalm 118:28 in Oriya 28 ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
Psalm 119:81 in Oriya 81 କଫ୍। ତୁମ୍ଭ ପରିତ୍ରାଣ ପାଇଁ ମୋ' ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
Psalm 143:6 in Oriya 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ' ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା
Psalm 143:10 in Oriya 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
Proverbs 1:27 in Oriya 27 ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
Proverbs 8:17 in Oriya 17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
Song of Solomon 3:1 in Oriya 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Song of Solomon 5:8 in Oriya 8 ହେ ଯିରୁଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ' ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 35:7 in Oriya 7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
Isaiah 41:18 in Oriya 18 ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Hosea 5:15 in Oriya 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Matthew 12:43 in Oriya 43 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
John 20:17 in Oriya 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଇଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।
Revelation 7:16 in Oriya 16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,