Psalm 68:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
Other Translations King James Version (KJV) Let God arise, let his enemies be scattered: let them also that hate him flee before him.
American Standard Version (ASV) Let God arise, let his enemies be scattered; Let them also that hate him flee before him.
Bible in Basic English (BBE) <To the chief music-maker. Of David. A Psalm. A Song.> Let God be seen, and let his haters be put to flight; let those who are against him be turned back before him.
Darby English Bible (DBY) {To the chief Musician. Of David. A Psalm: a Song.} Let God arise, let his enemies be scattered, and let them that hate him flee before him.
World English Bible (WEB) > Let God arise! Let his enemies be scattered! Let them who hate him also flee before him.
Young's Literal Translation (YLT) To the Overseer. -- A Psalm, a song of David. Rise doth God -- scattered are His enemies! And those hating Him flee from His face.
Cross Reference Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Numbers 10:35 in Oriya 35 ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।
Deuteronomy 7:10 in Oriya 10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ।
2 Chronicles 6:41 in Oriya 41 ଏଣୁ ଏବେ, ହେ ସଦାପ୍ରଭୁ, ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ ସ୍ଥାନକୁ ଗମନ କର; ହେ ସଦାପ୍ରଭୁ, ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।
Psalm 7:6 in Oriya 6 ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ' ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ' ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।
Psalm 21:8 in Oriya 8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
Psalm 44:26 in Oriya 26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।
Psalm 59:11 in Oriya 11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ' ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
Psalm 68:14 in Oriya 14 ସଲ୍ମୋନାରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
Psalm 68:30 in Oriya 30 ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
Psalm 78:65 in Oriya 65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Psalm 89:10 in Oriya 10 ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
Psalm 132:8 in Oriya 8 ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
Isaiah 33:3 in Oriya 3 କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
Isaiah 41:15 in Oriya 15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।
Isaiah 42:13 in Oriya 13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Ezekiel 5:2 in Oriya 2 ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍ଗ ନିଷ୍କୋଷ କରିବା।
Ezekiel 12:14 in Oriya 14 ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ଼୍ଗ ନିଷ୍କୋଷ କରିବା।
Daniel 2:35 in Oriya 35 ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
John 14:23 in Oriya 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।