Psalm 7:1 in Oriya 1 ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। ହେ ସଦାପ୍ରଭୁ ମୋ' ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ' ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,
Other Translations King James Version (KJV) O LORD my God, in thee do I put my trust: save me from all them that persecute me, and deliver me:
American Standard Version (ASV) O Jehovah my God, in thee do I take refuge: Save me from all them that pursue me, and deliver me,
Bible in Basic English (BBE) <Shiggaion of David; a song which he made to the Lord, about the words of Cush the Benjamite.> O Lord my God, I put my faith in you; take me out of the hands of him who is cruel to me, and make me free;
Darby English Bible (DBY) {Shiggaion of David, which he sang to Jehovah, concerning the words of Cush the Benjaminite.} Jehovah my God, in thee have I trusted: save me from all my pursuers, and deliver me;
World English Bible (WEB) > Yahweh, my God, I take refuge in you. Save me from all those who pursue me, and deliver me,
Young's Literal Translation (YLT) `The Erring One,' by David, that he sung to Jehovah concerning the words of Cush a Benjamite. O Jehovah, my God, in Thee I have trusted, Save me from all my pursuers, and deliver me.
Cross Reference Joshua 14:8 in Oriya 8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
2 Samuel 16:1 in Oriya 1 ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।
Psalm 3:7 in Oriya 7 ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
Psalm 11:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ' ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?
Psalm 13:3 in Oriya 3 ହେ ସଦାପ୍ରଭୁ, ମୋ' ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
Psalm 13:5 in Oriya 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Psalm 17:7 in Oriya 7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 18:28 in Oriya 28 ଯେଣୁ ତୁମ୍ଭେ ମୋ' ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ' ପରମେଶ୍ୱର ମୋ' ଅନ୍ଧକାରକୁ ଆଲୁଅମୟ କରିବେ।
Psalm 25:2 in Oriya 2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ' ଉପରେ ଉଲ୍ଲାସ ନ କରନ୍ତୁ।
Psalm 26:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
Psalm 30:2 in Oriya 2 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
Psalm 30:12 in Oriya 12 ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
Psalm 31:15 in Oriya 15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ' ଶତ୍ରୁଗଣ ହସ୍ତରୁ ଓ ମୋ' ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
Psalm 32:10 in Oriya 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
Psalm 35:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ, ଯେଉଁମାନେ ମୋ' ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ' ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
Psalm 43:4 in Oriya 4 ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
Psalm 89:26 in Oriya 26 ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
Psalm 146:3 in Oriya 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Jeremiah 15:15 in Oriya 15 ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।
Jeremiah 20:11 in Oriya 11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ' ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Daniel 9:4 in Oriya 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Daniel 9:19 in Oriya 19 ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ'ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।
Habakkuk 3:1 in Oriya 1 ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍।
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
1 Peter 1:21 in Oriya 21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
1 Peter 4:19 in Oriya 19 ଅତଏବ, ଯେଉଁମାନେ ଇଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ।