Psalm 78:8 in Oriya 8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Other Translations King James Version (KJV) And might not be as their fathers, a stubborn and rebellious generation; a generation that set not their heart aright, and whose spirit was not stedfast with God.
American Standard Version (ASV) And might not be as their fathers, A stubborn and rebellious generation, A generation that set not their heart aright, And whose spirit was not stedfast with God.
Bible in Basic English (BBE) And not be like their fathers, a stiff-necked and uncontrolled generation; a generation whose heart was hard, whose spirit was not true to God.
Darby English Bible (DBY) And might not be as their fathers, a stubborn and rebellious generation, a generation that prepared not their heart, and whose spirit was not stedfast with ùGod.
Webster's Bible (WBT) And might not be as their fathers, a stubborn and rebellious generation; a generation that set not their heart aright, and whose spirit was not steadfast with God.
World English Bible (WEB) And might not be as their fathers, A stubborn and rebellious generation, A generation that didn't make their hearts loyal, Whose spirit was not steadfast with God.
Young's Literal Translation (YLT) And they are not like their fathers, A generation apostate and rebellious, A generation! it hath not prepared its heart, Nor stedfast with God `is' its spirit.
Cross Reference Exodus 32:9 in Oriya 9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।”
Exodus 33:3 in Oriya 3 ଏନିମନ୍ତେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
Exodus 33:5 in Oriya 5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
Exodus 34:9 in Oriya 9 “ପ୍ରଭୁ, ମୁଁ ଯଦି ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
Deuteronomy 4:4 in Oriya 4 ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।
Deuteronomy 9:6 in Oriya 6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
Deuteronomy 9:13 in Oriya 13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।”
Deuteronomy 9:24 in Oriya 24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
Deuteronomy 31:27 in Oriya 27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ' ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?
Joshua 14:8 in Oriya 8 ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
2 Kings 17:14 in Oriya 14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ।
2 Chronicles 12:14 in Oriya 14 ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
2 Chronicles 19:3 in Oriya 3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।”
2 Chronicles 20:33 in Oriya 33 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; କିଅବା ଲୋକମାନେ ସେତେବେଳେ ହେଁ ଆପଣାମାନଙ୍କ ପିତୃପୁରୁଷଗଣର ପରମେଶ୍ୱରଙ୍କ ପ୍ରତି ଆପଣା ଆପଣା ଅନ୍ତଃକରଣ ନିବିଷ୍ଟ କଲେ ନାହିଁ।
2 Chronicles 30:7 in Oriya 7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।
2 Chronicles 30:19 in Oriya 19 ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।
Job 11:13 in Oriya 13 ଯେବେ ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
Psalm 68:6 in Oriya 6 ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
Psalm 78:37 in Oriya 37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
Psalm 106:7 in Oriya 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ।
Isaiah 30:9 in Oriya 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Ezekiel 2:3 in Oriya 3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Matthew 23:31 in Oriya 31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 11:23 in Oriya 23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;