Psalm 79:1 in Oriya 1 ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
Other Translations King James Version (KJV) O god, the heathen are come into thine inheritance; thy holy temple have they defiled; they have laid Jerusalem on heaps.
American Standard Version (ASV) O God, the nations are come into thine inheritance; Thy holy temple have they defiled; They have laid Jerusalem in heaps.
Bible in Basic English (BBE) <A Psalm. Of Asaph.> O God, the nations have come into your heritage; they have made your holy Temple unclean; they have made Jerusalem a mass of broken walls.
Darby English Bible (DBY) {A Psalm of Asaph.} O God, the nations are come into thine inheritance: thy holy temple have they defiled; they have laid Jerusalem in heaps.
Webster's Bible (WBT) A Psalm of Asaph. O God, the heathen have come into thy inheritance; thy holy temple have they defiled; they have laid Jerusalem on heaps.
World English Bible (WEB) > God, the nations have come into your inheritance. They have defiled your holy temple. They have laid Jerusalem in heaps.
Young's Literal Translation (YLT) A Psalm of Asaph. O God, nations have come into Thy inheritance, They have defiled Thy holy temple, They made Jerusalem become heaps,
Cross Reference Exodus 15:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
2 Kings 21:12 in Oriya 12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
2 Kings 24:13 in Oriya 13 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
2 Kings 25:4 in Oriya 4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।
2 Chronicles 36:3 in Oriya 3 ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
2 Chronicles 36:6 in Oriya 6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
2 Chronicles 36:17 in Oriya 17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
2 Chronicles 36:19 in Oriya 19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
Psalm 74:1 in Oriya 1 ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
Psalm 74:7 in Oriya 7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି।
Psalm 78:71 in Oriya 71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
Psalm 80:12 in Oriya 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Jeremiah 39:8 in Oriya 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Lamentations 1:10 in Oriya 10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Ezekiel 9:7 in Oriya 7 ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।
Revelation 11:2 in Oriya 2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।