Psalm 8:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
Other Translations King James Version (KJV) O LORD, our Lord, how excellent is thy name in all the earth! who hast set thy glory above the heavens.
American Standard Version (ASV) O Jehovah, our Lord, How excellent is thy name in all the earth, Who hast set thy glory upon the heavens!
Bible in Basic English (BBE) <To the chief music-maker on the Gittith. A Psalm. Of David.> O Lord, our Lord, whose glory is higher than the heavens, how noble is your name in all the earth!
Darby English Bible (DBY) {To the chief Musician. Upon the Gittith. A Psalm of David.} Jehovah our Lord, how excellent is thy name in all the earth! who hast set thy majesty above the heavens.
World English Bible (WEB) > Yahweh, our Lord, how majestic is your name in all the earth, Who has set your glory above the heavens!
Young's Literal Translation (YLT) To the Overseer, `On the Gittith.' A Psalm of David. Jehovah, our Lord, How honourable Thy name in all the earth! Who settest thine honour on the heavens.
Cross Reference Exodus 15:11 in Oriya 11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?
Exodus 34:5 in Oriya 5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।
Deuteronomy 28:58 in Oriya 58 ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
1 Kings 8:27 in Oriya 27 ମାତ୍ର, ପରମେଶ୍ୱର କ'ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ' ନିର୍ମିତ ଏହି ଗୃହ କ'ଣ ପାରିବ ?
Psalm 8:9 in Oriya 9 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
Psalm 36:5 in Oriya 5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
Psalm 57:5 in Oriya 5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Psalm 57:10 in Oriya 10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Psalm 68:4 in Oriya 4 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 81:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Psalm 84:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଆବାସ କିପରି ପ୍ରିୟତମ !
Psalm 108:4 in Oriya 4 ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;
Psalm 113:2 in Oriya 2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Psalm 148:13 in Oriya 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
Song of Solomon 5:16 in Oriya 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୁଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
Isaiah 26:13 in Oriya 13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
Habakkuk 3:3 in Oriya 3 ପରମେଶ୍ୱର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
Matthew 22:45 in Oriya 45 ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ?
John 20:28 in Oriya 28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର।
Ephesians 4:10 in Oriya 10 ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ମଧ୍ୟ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ଆରୋହଣ କଲେ।)
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Philippians 3:8 in Oriya 8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
Hebrews 7:26 in Oriya 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
Revelation 19:6 in Oriya 6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି।