Psalm 85:8 in Oriya 8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
Other Translations King James Version (KJV) I will hear what God the LORD will speak: for he will speak peace unto his people, and to his saints: but let them not turn again to folly.
American Standard Version (ASV) I will hear what God Jehovah will speak; For he will speak peace unto his people, and to his saints: But let them not turn again to folly.
Bible in Basic English (BBE) I will give ear to the voice of the Lord; for he will say words of peace to his people and to his saints; but let them not go back to their foolish ways.
Darby English Bible (DBY) I will hear what ùGod, Jehovah, will speak; for he will speak peace unto his people, and to his godly ones: but let them not turn again to folly.
Webster's Bible (WBT) Show us thy mercy, O LORD, and grant us thy salvation.
World English Bible (WEB) I will hear what God, Yahweh, will speak, For he will speak peace to his people, his saints; But let them not turn again to folly.
Young's Literal Translation (YLT) I hear what God Jehovah speaketh, For He speaketh peace unto His people, And unto His saints, and they turn not back to folly.
Cross Reference Genesis 34:7 in Oriya 7 ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।
1 Samuel 25:25 in Oriya 25 ବିନୟ କରୁଅଛି, ମୋହର ପ୍ରଭୁ, ସେହି ବେଲିଆଲ୍ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।
Psalm 29:11 in Oriya 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Psalm 50:5 in Oriya 5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
Psalm 130:4 in Oriya 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
Proverbs 25:11 in Oriya 11 ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
Proverbs 27:22 in Oriya 22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
Isaiah 57:19 in Oriya 19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
Habakkuk 2:1 in Oriya 1 ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋ' ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।
Haggai 2:9 in Oriya 9 ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 9:10 in Oriya 10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
John 5:14 in Oriya 14 ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।
John 8:11 in Oriya 11 ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
John 20:19 in Oriya 19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
John 20:26 in Oriya 26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
Acts 3:26 in Oriya 26 ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।
Acts 10:36 in Oriya 36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
2 Corinthians 5:18 in Oriya 18 କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
Galatians 4:9 in Oriya 9 କିନ୍ତୁ ଏବେ ଇଶ୍ବରଙ୍କ ପରିଚୟ ପାଇଅଛ; ବରଂ ଇଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?
Ephesians 1:1 in Oriya 1 ପାଉଲ, ଇଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ।
Ephesians 2:17 in Oriya 17 ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
2 Thessalonians 3:16 in Oriya 16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
2 Peter 2:20 in Oriya 20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।
Revelation 2:4 in Oriya 4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।