Psalm 87:4 in Oriya 4 ମୋ' ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।
Other Translations King James Version (KJV) I will make mention of Rahab and Babylon to them that know me: behold Philistia, and Tyre, with Ethiopia; this man was born there.
American Standard Version (ASV) I will make mention of Rahab and Babylon as among them that know me: Behold, Philistia, and Tyre, with Ethiopia: This one was born there.
Bible in Basic English (BBE) Rahab and Babylon will be named among those who have knowledge of me; see, Philistia and Tyre, with Ethiopia; this man had his birth there.
Darby English Bible (DBY) I will make mention of Rahab and Babylon among them thatknow me; behold Philistia, and Tyre, with Ethiopia: this [man] was born there.
Webster's Bible (WBT) I will make mention of Rahab and Babylon to them that know me: behold Philistia, and Tyre, with Cush; this man was born there.
World English Bible (WEB) I will record Rahab{Rahab is a reference to Egypt.} and Babylon among those who acknowledge me. Behold, Philistia, Tyre, and also Ethiopia: "This one was born there."
Young's Literal Translation (YLT) I mention Rahab and Babel to those knowing Me, Lo, Philistia, and Tyre, with Cush! This `one' was born there.
Cross Reference 1 Samuel 17:8 in Oriya 8 ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
2 Samuel 21:16 in Oriya 16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ଼୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
1 Kings 10:1 in Oriya 1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
2 Kings 20:17 in Oriya 17 ‘ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି।’ ସଦାପ୍ରଭୁ କହନ୍ତି, ‘କିଛି ଛଡ଼ା ଯିବ ନାହିଁ।
Job 9:13 in Oriya 13 ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
Psalm 45:12 in Oriya 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।
Psalm 68:31 in Oriya 31 ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
Psalm 89:10 in Oriya 10 ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
Psalm 137:1 in Oriya 1 ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
Psalm 137:8 in Oriya 8 ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
Isaiah 13:1 in Oriya 1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
Isaiah 14:4 in Oriya 4 ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !
Isaiah 19:11 in Oriya 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
Isaiah 19:23 in Oriya 23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
Isaiah 23:1 in Oriya 1 ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 50:1 in Oriya 1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
Ezekiel 27:1 in Oriya 1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ' ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Daniel 2:47 in Oriya 47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Acts 8:27 in Oriya 27 ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
Revelation 17:5 in Oriya 5 ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।