Psalm 87 in Oriya

1 ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଶ୍ରେଣୀରେ ସ୍ଥାପିତ।

2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।

3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। ସେଲା

4 ମୋ' ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।

5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”

6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” ସେଲା

7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”