Psalm 9:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି।
Other Translations King James Version (KJV) I will praise thee, O LORD, with my whole heart; I will shew forth all thy marvellous works.
American Standard Version (ASV) I will give thanks unto Jehovah with my whole heart; I will show forth all thy marvellous works.
Bible in Basic English (BBE) <To the chief music-maker on Muthlabben. A Psalm. Of David.> I will give you praise, O Lord, with all my heart; I will make clear all the wonder of your works.
Darby English Bible (DBY) {To the chief Musician. Upon Muthlabben. A Psalm of David.} I will praise Jehovah with my whole heart; I will recount all thy marvellous works.
World English Bible (WEB) > I will give thanks to Yahweh with my whole heart. I will tell of all your marvelous works.
Young's Literal Translation (YLT) To the Overseer, `On the Death of Labben.' -- A Psalm of David. I confess, O Jehovah, with all my heart, I recount all Thy wonders,
Cross Reference 1 Chronicles 16:12 in Oriya 12 ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
1 Chronicles 16:24 in Oriya 24 ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
1 Chronicles 29:10 in Oriya 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
Psalm 7:17 in Oriya 17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।
Psalm 9:14 in Oriya 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନର ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
Psalm 26:7 in Oriya 7 ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
Psalm 34:1 in Oriya 1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ' ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
Psalm 51:15 in Oriya 15 ହେ ପ୍ରଭୁ, ମୋ' ଓଷ୍ଠାଧର ଫିଟାଅ, ତହିଁରେ ମୋ' ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
Psalm 86:12 in Oriya 12 ହେ ପ୍ରଭୁ, ମୋ' ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
Psalm 103:1 in Oriya 1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Psalm 106:2 in Oriya 2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ ?
Psalm 111:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
Psalm 138:1 in Oriya 1 ଦାଉଦଙ୍କର ଗୀତ। ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି।
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Psalm 146:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 43:21 in Oriya 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
Isaiah 60:6 in Oriya 6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
Luke 10:27 in Oriya 27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
Hebrews 13:15 in Oriya 15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।