Psalm 93:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
Other Translations King James Version (KJV) The LORD reigneth, he is clothed with majesty; the LORD is clothed with strength, wherewith he hath girded himself: the world also is stablished, that it cannot be moved.
American Standard Version (ASV) Jehovah reigneth; he is clothed with majesty; Jehovah is clothed with strength; he hath girded himself therewith: The world also is established, that it cannot be moved.
Bible in Basic English (BBE) The Lord is King; he is clothed with glory; the Lord is clothed with strength; power is the cord of his robe; the world is fixed, so that it may not be moved.
Darby English Bible (DBY) Jehovah reigneth, he hath clothed himself with majesty: Jehovah hath clothed himself, he hath girded himself with strength; yea, the world is established, it shall not be moved.
Webster's Bible (WBT) The LORD reigneth, he is clothed with majesty; the LORD is clothed with strength, with which he hath girded himself: the world also is established, that it cannot be moved.
World English Bible (WEB) Yahweh reigns! He is clothed with majesty! Yahweh is armed with strength. The world also is established. It can't be moved.
Young's Literal Translation (YLT) Jehovah hath reigned, Excellency He hath put on, Jehovah put on strength, He girded Himself, Also -- established is the world, unmoved.
Cross Reference 1 Chronicles 29:12 in Oriya 12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
Job 40:10 in Oriya 10 ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
Psalm 18:32 in Oriya 32 ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।
Psalm 59:13 in Oriya 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା
Psalm 65:6 in Oriya 6 ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
Psalm 75:3 in Oriya 3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। ସେଲା
Psalm 96:10 in Oriya 10 “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।
Psalm 97:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
Psalm 99:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Psalm 103:19 in Oriya 19 ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
Psalm 104:1 in Oriya 1 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁ, ମୋ' ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
Psalm 145:13 in Oriya 13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
Isaiah 11:5 in Oriya 5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
Isaiah 45:12 in Oriya 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 49:8 in Oriya 8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 51:16 in Oriya 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।
Isaiah 52:7 in Oriya 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
Isaiah 59:17 in Oriya 17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 1:8 in Oriya 8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 19:6 in Oriya 6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି।