Psalm 93 in Oriya

1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।

2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।

3 ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।

4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।

5 ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।