Psalm 95 in Oriya

1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।

2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ।

3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।

4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।

5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।

6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;

7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।

8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;

9 ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।

10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;

11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।