Revelation 1:16 in Oriya 16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
Other Translations King James Version (KJV) And he had in his right hand seven stars: and out of his mouth went a sharp twoedged sword: and his countenance was as the sun shineth in his strength.
American Standard Version (ASV) And he had in his right hand seven stars: and out of his mouth proceeded a sharp two-edged sword: and his countenance was as the sun shineth in his strength.
Bible in Basic English (BBE) And he had in his right hand seven stars: and out of his mouth came a sharp two-edged sword: and his face was like the sun shining in its strength.
Darby English Bible (DBY) and having in his right hand seven stars; and out of his mouth a sharp two-edged sword going forth; and his countenance as the sun shines in its power.
World English Bible (WEB) He had seven stars in his right hand. Out of his mouth proceeded a sharp two-edged sword. His face was like the sun shining at its brightest.
Young's Literal Translation (YLT) and having in his right hand seven stars, and out of his mouth a sharp two-edged sword is proceeding, and his countenance `is' as the sun shining in its might.
Cross Reference Judges 5:31 in Oriya 31 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥି ଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
Job 38:7 in Oriya 7 ଓ ପରମେଶ୍ୱରଙ୍କ ସନ୍ତାନଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା ?
Isaiah 11:4 in Oriya 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
Isaiah 24:23 in Oriya 23 ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Isaiah 49:2 in Oriya 2 ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ଼୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
Isaiah 60:19 in Oriya 19 ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ।
Daniel 12:3 in Oriya 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 17:2 in Oriya 2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
Acts 26:13 in Oriya 13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି।
Ephesians 6:17 in Oriya 17 ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖଡ୍ଗ , ଅର୍ଥାତ୍ ଇଶ୍ବରଙ୍କ ବାକ୍ୟ ଧାରଣ କର;
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Revelation 1:20 in Oriya 20 ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ (ପାଳକ/ପ୍ରାଚୀନ) ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।
Revelation 2:12 in Oriya 12 ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,
Revelation 2:16 in Oriya 16 ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
Revelation 3:1 in Oriya 1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଇଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
Revelation 10:1 in Oriya 1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 19:21 in Oriya 21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।