Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Other Translations King James Version (KJV) And when I saw him, I fell at his feet as dead. And he laid his right hand upon me, saying unto me, Fear not; I am the first and the last:
American Standard Version (ASV) And when I saw him, I fell at his feet as one dead. And he laid his right hand upon me, saying, Fear not; I am the first and the last,
Bible in Basic English (BBE) And when I saw him, I went down on my face at his feet as one dead. And he put his right hand on me, saying, Have no fear; I am the first and the last and the Living one;
Darby English Bible (DBY) And when I saw him I fell at his feet as dead; and he laid his right hand upon me, saying, Fear not; *I* am the first and the last,
World English Bible (WEB) When I saw him, I fell at his feet like a dead man. He laid his right hand on me, saying, "Don't be afraid. I am the first and the last,
Young's Literal Translation (YLT) And when I saw him, I did fall at his feet as dead, and he placed his right hand upon me, saying to me, `Be not afraid; I am the First and the Last,
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Exodus 14:13 in Oriya 13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”
Exodus 20:20 in Oriya 20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”
Isaiah 41:4 in Oriya 4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 44:6 in Oriya 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Isaiah 48:12 in Oriya 12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
Ezekiel 1:28 in Oriya 28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
Daniel 8:17 in Oriya 17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।
Daniel 10:8 in Oriya 8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ'ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।
Daniel 10:12 in Oriya 12 ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।
Daniel 10:15 in Oriya 15 ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି।
Daniel 10:17 in Oriya 17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ' ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ ? ସେହିକ୍ଷଣେ ମୋ'ଠାରେ କିଛି ବଳ ଅବା ମୋ' ମଧ୍ୟରେ ଶ୍ୱାସ ରହିଲା ନାହିଁ।
Matthew 17:2 in Oriya 2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
Matthew 28:4 in Oriya 4 ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।
Mark 16:5 in Oriya 5 ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
Luke 24:37 in Oriya 37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ।
John 21:20 in Oriya 20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 1:11 in Oriya 11 ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।
Revelation 2:8 in Oriya 8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Revelation 22:13 in Oriya 13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।