Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Other Translations King James Version (KJV) And from Jesus Christ, who is the faithful witness, and the first begotten of the dead, and the prince of the kings of the earth. Unto him that loved us, and washed us from our sins in his own blood,
American Standard Version (ASV) and from Jesus Christ, `who is' the faithful witness, the firstborn of the dead, and the ruler of the kings of the earth. Unto him that loveth us, and loosed us from our sins by his blood;
Bible in Basic English (BBE) And from Jesus Christ, the true witness, the first to come back from the dead, and the ruler of the kings of the earth. To him who had love for us and has made us clean from our sins by his blood;
Darby English Bible (DBY) and from Jesus Christ, the faithful witness, the firstborn from the dead, and the prince of the kings of the earth. To him who loves us, and has washed us from our sins in his blood,
World English Bible (WEB) and from Jesus Christ, the faithful witness, the firstborn of the dead, and the ruler of the kings of the earth. To him who loves us, and washed us from our sins by his blood;
Young's Literal Translation (YLT) and from Jesus Christ, the faithful witness, the first-born out of the dead, and the ruler of the kings of the earth; to him who did love us, and did bathe us from our sins in his blood,
Cross Reference Deuteronomy 7:8 in Oriya 8 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ୍ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।
Deuteronomy 23:5 in Oriya 5 ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
Psalm 72:11 in Oriya 11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
Psalm 89:27 in Oriya 27 ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
Psalm 89:36 in Oriya 36 ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
Proverbs 8:15 in Oriya 15 ମୋ' ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
Isaiah 55:4 in Oriya 4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
John 3:11 in Oriya 11 ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।
John 3:32 in Oriya 32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।
John 8:14 in Oriya 14 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ।
John 13:1 in Oriya 1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
John 13:8 in Oriya 8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ।
John 13:34 in Oriya 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
John 18:37 in Oriya 37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Acts 26:23 in Oriya 23 ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
Romans 8:37 in Oriya 37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
1 Corinthians 15:20 in Oriya 20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
Galatians 2:20 in Oriya 20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଇଶ୍ବରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
Ephesians 1:20 in Oriya 20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Ephesians 5:25 in Oriya 25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
1 Timothy 6:15 in Oriya 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
1 John 4:10 in Oriya 10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
1 John 5:7 in Oriya 7 ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି।
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।