Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।
Other Translations King James Version (KJV) Behold, he cometh with clouds; and every eye shall see him, and they also which pierced him: and all kindreds of the earth shall wail because of him. Even so, Amen.
American Standard Version (ASV) Behold, he cometh with the clouds; and every eye shall see him, and they that pierced him; and all the tribes of the earth shall mourn over him. Even so, Amen.
Bible in Basic English (BBE) See, he comes with the clouds, and every eye will see him, and those by whom he was wounded; and all the tribes of the earth will be sorrowing because of him. Yes, so be it.
Darby English Bible (DBY) Behold, he comes with the clouds, and every eye shall see him, and they which have pierced him, and all the tribes of the land shall wail because of him. Yea. Amen.
World English Bible (WEB) Behold, he is coming with the clouds, and every eye will see him, including those who pierced him. All the tribes of the earth will mourn over him. Even so, Amen.
Young's Literal Translation (YLT) Lo, he doth come with the clouds, and see him shall every eye, even those who did pierce him, and wail because of him shall all the tribes of the land. Yes! Amen!
Cross Reference Numbers 24:17 in Oriya 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Judges 5:31 in Oriya 31 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥି ଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
Job 19:26 in Oriya 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
Job 33:26 in Oriya 26 ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।
Psalm 22:16 in Oriya 16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
Psalm 68:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
Psalm 97:2 in Oriya 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
Isaiah 19:1 in Oriya 1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Nahum 1:3 in Oriya 3 ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Matthew 24:30 in Oriya 30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Matthew 26:64 in Oriya 64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Mark 13:26 in Oriya 26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
Mark 14:62 in Oriya 62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Luke 21:27 in Oriya 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
Luke 23:28 in Oriya 28 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
John 19:34 in Oriya 34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
John 19:37 in Oriya 37 ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
Acts 1:9 in Oriya 9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
1 Thessalonians 4:17 in Oriya 17 ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
Hebrews 6:6 in Oriya 6 ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଇଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।
Hebrews 10:29 in Oriya 29 ତେବେ ଭାବି ଦେଖ, ଯେ ଇଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !
1 John 3:2 in Oriya 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Jude 1:14 in Oriya 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
Revelation 6:15 in Oriya 15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Revelation 14:14 in Oriya 14 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।
Revelation 18:15 in Oriya 15 ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,
Revelation 19:1 in Oriya 1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,
Revelation 22:4 in Oriya 4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।
Revelation 22:20 in Oriya 20 ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ। ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।