Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Other Translations King James Version (KJV) I am Alpha and Omega, the beginning and the ending, saith the Lord, which is, and which was, and which is to come, the Almighty.
American Standard Version (ASV) I am the Alpha and the Omega, saith the Lord God, who is and who was and who is to come, the Almighty.
Bible in Basic English (BBE) I am the First and the Last, says the Lord God who is and was and is to come, the Ruler of all.
Darby English Bible (DBY) I am the Alpha and the Omega, saith [the] Lord God, he who is, and who was, and who is to come, the Almighty.
World English Bible (WEB) "I am the Alpha and the Omega,{TR adds "the Beginning and the End"}" says the Lord God,{TR omits "God"} "who is and who was and who is to come, the Almighty."
Young's Literal Translation (YLT) `I am the Alpha and the Omega, beginning and end, saith the Lord, who is, and who was, and who is coming -- the Almighty.'
Cross Reference Genesis 49:25 in Oriya 25 ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
Exodus 6:3 in Oriya 3 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 41:4 in Oriya 4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
Isaiah 43:10 in Oriya 10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
Isaiah 44:6 in Oriya 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Isaiah 48:12 in Oriya 12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
2 Corinthians 6:18 in Oriya 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Revelation 2:8 in Oriya 8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Revelation 11:17 in Oriya 17 ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
Revelation 16:14 in Oriya 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଇଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 21:22 in Oriya 22 ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।
Revelation 22:13 in Oriya 13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।