Revelation 10:1 in Oriya 1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Other Translations King James Version (KJV) And I saw another mighty angel come down from heaven, clothed with a cloud: and a rainbow was upon his head, and his face was as it were the sun, and his feet as pillars of fire:
American Standard Version (ASV) And I saw another strong angel coming down out of heaven, arrayed with a cloud; and the rainbow was upon his head, and his face was as the sun, and his feet as pillars of fire;
Bible in Basic English (BBE) And I saw another strong angel coming down out of heaven, clothed with a cloud; and an arch of coloured light was round his head, and his face was like the sun, and his feet like pillars of fire;
Darby English Bible (DBY) And I saw another strong angel coming down out of the heaven, clothed with a cloud, and the rainbow upon his head, and his countenance as the sun, and his feet as pillars of fire,
World English Bible (WEB) I saw a mighty angel coming down out of the sky, clothed with a cloud. A rainbow was on his head. His face was like the sun, and his feet like pillars of fire.
Young's Literal Translation (YLT) And I saw another strong messenger coming down out of the heaven, arrayed with a cloud, and a rainbow upon the head, and his face as the sun, and his feet as pillars of fire,
Cross Reference Genesis 9:11 in Oriya 11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
Exodus 16:10 in Oriya 10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
Leviticus 16:2 in Oriya 2 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
Psalm 97:2 in Oriya 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
Psalm 104:3 in Oriya 3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
Song of Solomon 5:15 in Oriya 15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗିରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
Isaiah 19:1 in Oriya 1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
Isaiah 54:9 in Oriya 9 “କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
Lamentations 3:44 in Oriya 44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
Ezekiel 1:28 in Oriya 28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Daniel 10:6 in Oriya 6 ମଧ୍ୟ ତାଙ୍କ ଶରୀର ବୈଦୂର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକାରଣ୍ୟର ରବ ତୁଲ୍ୟ।
Matthew 17:2 in Oriya 2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
Luke 21:27 in Oriya 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
Acts 26:13 in Oriya 13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି।
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।
Revelation 1:15 in Oriya 15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
Revelation 4:3 in Oriya 3 ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତ ମଣି (ଉଜ୍ଜ୍ୱଳ ସବୁଜ ରଙ୍ଗର ମର୍କତ ମଣି) ତୁଲ୍ୟ।
Revelation 5:2 in Oriya 2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ?
Revelation 7:1 in Oriya 1 ତା'ପରେ ମୁଁ ଦେଖିଲି, ପୃଥିବୀକୁ ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥି ନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି।
Revelation 8:2 in Oriya 2 ତତ୍ପରେ ମୁଁ ଇଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।
Revelation 8:13 in Oriya 13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।
Revelation 9:13 in Oriya 13 ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଇଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,
Revelation 10:5 in Oriya 5 ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
Revelation 14:14 in Oriya 14 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।