Revelation 11:10 in Oriya 10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
Other Translations King James Version (KJV) And they that dwell upon the earth shall rejoice over them, and make merry, and shall send gifts one to another; because these two prophets tormented them that dwelt on the earth.
American Standard Version (ASV) And they that dwell on the earth rejoice over them, and make merry; and they shall send gifts one to another; because these two prophets tormented them that dwell on the earth.
Bible in Basic English (BBE) And those who are on the earth will have pleasure and delight over them; and they will send offerings one to another because these two prophets gave great trouble to all on the earth.
Darby English Bible (DBY) And they that dwell upon the earth rejoice over them, and are full of delight, and shall send gifts one to another, because these, the two prophets, tormented them that dwell upon the earth.
World English Bible (WEB) Those who dwell on the earth rejoice over them, and they will be glad. They will give gifts to one another, because these two prophets tormented those who dwell on the earth.
Young's Literal Translation (YLT) and those dwelling upon the land shall rejoice over them, and shall make merry, and gifts they shall send to one another, because these -- the two prophets -- did torment those dwelling upon the land.'
Cross Reference Judges 16:23 in Oriya 23 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।
1 Kings 18:17 in Oriya 17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ'ଣ ତୁମ୍ଭେ ?”
1 Kings 21:20 in Oriya 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ'ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
1 Kings 22:18 in Oriya 18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
Nehemiah 8:10 in Oriya 10 ଆଉ, ନିହିମିୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Esther 9:19 in Oriya 19 ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗରନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
Psalm 13:4 in Oriya 4 କେଜାଣି ମୋ' ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
Psalm 35:19 in Oriya 19 ମୋ' ଉପରେ ମୋ' ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
Psalm 35:24 in Oriya 24 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ' ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
Psalm 89:42 in Oriya 42 ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
Proverbs 24:17 in Oriya 17 ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
Jeremiah 38:4 in Oriya 4 ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।
Jeremiah 50:11 in Oriya 11 “ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;
Obadiah 1:12 in Oriya 12 ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ସନ୍ତାନଗଣର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କୁହ ନାହିଁ।
Micah 7:8 in Oriya 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।
Matthew 10:22 in Oriya 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
John 7:7 in Oriya 7 ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
John 16:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
Acts 5:33 in Oriya 33 ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।
Acts 7:54 in Oriya 54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Acts 17:5 in Oriya 5 କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
1 Corinthians 13:6 in Oriya 6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Revelation 11:5 in Oriya 5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।
Revelation 12:13 in Oriya 13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 16:10 in Oriya 10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;