Revelation 11:12 in Oriya 12 ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
Other Translations King James Version (KJV) And they heard a great voice from heaven saying unto them, Come up hither. And they ascended up to heaven in a cloud; and their enemies beheld them.
American Standard Version (ASV) And they heard a great voice from heaven saying unto them, Come up hither. And they went up into heaven in the cloud; and their enemies beheld them.
Bible in Basic English (BBE) And a great voice from heaven came to their ears, saying to them, Come up here. And they went up into heaven in the cloud, and were seen by those desiring their death.
Darby English Bible (DBY) And I heard a great voice out of the heaven saying to them, Come up here; and they went up to the heaven in the cloud, and their enemies beheld them.
World English Bible (WEB) I heard a loud voice from heaven saying to them, "Come up here!" They went up into heaven in the cloud, and their enemies saw them.
Young's Literal Translation (YLT) and they heard a great voice out of the heaven saying to them, `Come up hither;' and they went up to the heaven in the cloud, and their enemies beheld them;
Cross Reference Exodus 14:25 in Oriya 25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
2 Kings 2:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।
2 Kings 2:5 in Oriya 5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ'ଣ ଜାଣୁଅଛ ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
2 Kings 2:7 in Oriya 7 ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
2 Kings 2:11 in Oriya 11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
Psalm 15:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?
Psalm 24:3 in Oriya 3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?
Psalm 86:17 in Oriya 17 ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋ' ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୁ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ୱନା କରିଅଛ।
Psalm 112:10 in Oriya 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।
Isaiah 14:13 in Oriya 13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
Isaiah 40:31 in Oriya 31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
Isaiah 60:8 in Oriya 8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?
Malachi 3:18 in Oriya 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Luke 16:23 in Oriya 23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ।
Acts 1:9 in Oriya 9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
Romans 8:34 in Oriya 34 କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
Ephesians 2:5 in Oriya 5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
1 Thessalonians 4:17 in Oriya 17 ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 12:5 in Oriya 5 ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ।