Revelation 11:17 in Oriya 17 ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
Other Translations King James Version (KJV) Saying, We give thee thanks, O LORD God Almighty, which art, and wast, and art to come; because thou hast taken to thee thy great power, and hast reigned.
American Standard Version (ASV) saying, We give thee thanks, O Lord God, the Almighty, who art and who wast; because thou hast taken thy great power, and didst reign.
Bible in Basic English (BBE) We give you praise, O Lord God, Ruler of all, who is and who was; because you have taken up your great power and are ruling your kingdom.
Darby English Bible (DBY) saying, We give thee thanks, Lord God Almighty, [He] who is, and who was, that thou hast taken thy great power and hast reigned.
World English Bible (WEB) saying: "We give you thanks, Lord God, the Almighty, the one who is and who was{TR adds "and who is coming"}; because you have taken your great power, and reigned.
Young's Literal Translation (YLT) saying, `We give thanks to Thee, O Lord God, the Almighty, who art, and who wast, and who art coming, because Thou hast taken Thy great power and didst reign;
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Psalm 21:13 in Oriya 13 ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
Psalm 57:11 in Oriya 11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Psalm 64:9 in Oriya 9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
Psalm 98:1 in Oriya 1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Psalm 102:13 in Oriya 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 52:10 in Oriya 10 ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
Daniel 2:23 in Oriya 23 ହେ ମୋର ପିତୃପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।
Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Luke 10:21 in Oriya 21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
John 11:41 in Oriya 41 ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
2 Corinthians 2:14 in Oriya 14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
2 Corinthians 9:15 in Oriya 15 ଇଶ୍ବରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।
1 Timothy 1:12 in Oriya 12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Revelation 16:7 in Oriya 7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।
Revelation 16:14 in Oriya 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଇଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
Revelation 19:6 in Oriya 6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।