Revelation 11:19 in Oriya 19 ସେତେବେଳେ ସ୍ୱର୍ଗରେ ଥିବା ଇଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Other Translations King James Version (KJV) And the temple of God was opened in heaven, and there was seen in his temple the ark of his testament: and there were lightnings, and voices, and thunderings, and an earthquake, and great hail.
American Standard Version (ASV) And there was opened the temple of God that is in heaven; and there was seen in his temple the ark of his covenant; and there followed lightnings, and voices, and thunders, and an earthquake, and great hail.
Bible in Basic English (BBE) And the house of God which is in heaven was open; and the ark of his agreement was seen in his house, and there were flames and voices and thunders and an earth-shock and a rain of ice.
Darby English Bible (DBY) And the temple of God in the heaven was opened, and the ark of his covenant was seen in his temple: and there were lightnings, and voices, and thunders, and an earthquake, and great hail.
World English Bible (WEB) God's temple that is in heaven was opened, and the ark of the Lord's covenant was seen in his temple. Lightnings, sounds, thunders, an earthquake, and great hail followed.
Young's Literal Translation (YLT) And opened was the sanctuary of God in the heaven, and there was seen the ark of His covenant in His sanctuary, and there did come lightnings, and voices, and thunders, and an earthquake, and great hail.
Cross Reference Exodus 9:18 in Oriya 18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
Exodus 25:21 in Oriya 21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
Numbers 4:5 in Oriya 5 ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
Numbers 4:15 in Oriya 15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ୍-ସନ୍ତାନଗଣର ଭାର ହେବ।
Numbers 10:33 in Oriya 33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
Joshua 10:11 in Oriya 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
Job 38:22 in Oriya 22 ତୁମ୍ଭେ ହିମଭଣ୍ଡାରରେ ପ୍ରବେଶ କରିଅଛ ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
Psalm 18:12 in Oriya 12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।
Psalm 105:32 in Oriya 32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
Isaiah 6:1 in Oriya 1 ଉଷିୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
Isaiah 28:2 in Oriya 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 32:19 in Oriya 19 ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
Ezekiel 13:11 in Oriya 11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, “ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।”
Ezekiel 38:22 in Oriya 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
2 Corinthians 3:14 in Oriya 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
Hebrews 9:4 in Oriya 4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା। ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
Revelation 4:5 in Oriya 5 ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଇଶ୍ବରଙ୍କ ସପ୍ତ ଆତ୍ମା।
Revelation 8:5 in Oriya 5 ପରେ ସେହି ଦୂତ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳୀ ଓ ଭୂମିକମ୍ପ ହେଲା।
Revelation 8:7 in Oriya 7 ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Revelation 11:13 in Oriya 13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଇଶ୍ବରଙ୍କ ମହିମା କୀର୍ତ୍ତନ କଲେ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 14:15 in Oriya 15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି।
Revelation 15:5 in Oriya 5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା,
Revelation 16:18 in Oriya 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।
Revelation 16:21 in Oriya 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।