Revelation 13:16 in Oriya 16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
Other Translations King James Version (KJV) And he causeth all, both small and great, rich and poor, free and bond, to receive a mark in their right hand, or in their foreheads:
American Standard Version (ASV) And he causeth all, the small and the great, and the rich and the poor, and the free and the bond, that there be given them a mark on their right hand, or upon their forehead;
Bible in Basic English (BBE) And he gives to all, small and great, the poor and those who have wealth, the free and those who are not free, a mark on their right hand or on their brows;
Darby English Bible (DBY) And it causes all, the small and the great, and the rich and the poor, and the free and the bondmen, that they should give them a mark upon their right hand or upon their forehead;
World English Bible (WEB) He causes all, the small and the great, the rich and the poor, and the free and the slave, to be given marks on their right hands, or on their foreheads;
Young's Literal Translation (YLT) And it maketh all, the small, and the great, and the rich, and the poor, and the freemen, and the servants, that it may give to them a mark upon their right hand or upon their foreheads,
Cross Reference Exodus 13:9 in Oriya 9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
Deuteronomy 6:8 in Oriya 8 ଆଉ ତୁମ୍ଭେ ଚିହ୍ନ ସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Deuteronomy 11:18 in Oriya 18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
2 Chronicles 15:13 in Oriya 13 ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।
Job 34:19 in Oriya 19 ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
Psalm 49:2 in Oriya 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
Psalm 115:13 in Oriya 13 ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
Ezekiel 9:4 in Oriya 4 ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”
Zechariah 13:6 in Oriya 6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।'”
Acts 26:22 in Oriya 22 ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
1 Corinthians 12:13 in Oriya 13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ।
Galatians 3:28 in Oriya 28 ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
Galatians 6:17 in Oriya 17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।
Ephesians 6:8 in Oriya 8 ଏହା ଜାଣି ମନୁଷ୍ୟର ସେବା କଲାପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲାପରି ସ୍ୱଚ୍ଛନ୍ଦରେ ସେବା କର।
Colossians 3:11 in Oriya 11 ଏପରି ସ୍ଥଳେ ଗ୍ରୀକ୍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
2 Timothy 3:8 in Oriya 8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
Revelation 6:15 in Oriya 15 ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
Revelation 7:3 in Oriya 3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ।
Revelation 11:18 in Oriya 18 ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।
Revelation 14:9 in Oriya 9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
Revelation 15:2 in Oriya 2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଇଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।
Revelation 19:5 in Oriya 5 ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଇଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।
Revelation 19:18 in Oriya 18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।