Revelation 13:2 in Oriya 2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା।
Other Translations King James Version (KJV) And the beast which I saw was like unto a leopard, and his feet were as the feet of a bear, and his mouth as the mouth of a lion: and the dragon gave him his power, and his seat, and great authority.
American Standard Version (ASV) And the beast which I saw was like unto a leopard, and his feet were as `the feet' of a bear, and his mouth as the mouth of a lion: and the dragon gave him his power, and his throne, and great authority.
Bible in Basic English (BBE) And the beast which I saw was like a leopard, and his feet were as the feet of a bear, and his mouth as the mouth of a lion: and the dragon gave him his power and his seat and great authority.
Darby English Bible (DBY) And the beast which I saw was like to a leopardess, and its feet as of a bear, and its mouth as a lion's mouth; and the dragon gave to it his power, and his throne, and great authority;
World English Bible (WEB) The beast which I saw was like a leopard, and his feet were like those of a bear, and his mouth like the mouth of a lion. The dragon gave him his power, his throne, and great authority.
Young's Literal Translation (YLT) and the beast that I saw was like to a leopard, and its feet as of a bear, and its mouth as the mouth of a lion, and the dragon did give to it his power, and his throne, and great authority.
Cross Reference 1 Samuel 17:34 in Oriya 34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,
2 Kings 2:24 in Oriya 24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
Psalm 22:21 in Oriya 21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
Proverbs 17:12 in Oriya 12 ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
Proverbs 28:15 in Oriya 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
Isaiah 5:29 in Oriya 29 ସେମାନଙ୍କର ଗର୍ଜନ ସିଂହୀର ଗର୍ଜନ ପରି, ସେମାନେ ଯୁବାସିଂହ ପରି ଗର୍ଜନ କରିବେ; ଆହୁରି, ସେମାନେ ଗର୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
Jeremiah 5:6 in Oriya 6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Jeremiah 13:23 in Oriya 23 କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ?
Daniel 7:4 in Oriya 4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
Hosea 11:10 in Oriya 10 ଆମ୍ଭେ ସିଂହ ତୁଲ୍ୟ ଗର୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
Hosea 13:7 in Oriya 7 ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
Amos 3:12 in Oriya 12 ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
Amos 5:19 in Oriya 19 କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
Habakkuk 1:8 in Oriya 8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି।
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
Revelation 12:3 in Oriya 3 ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 12:13 in Oriya 13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।
Revelation 12:15 in Oriya 15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
Revelation 13:4 in Oriya 4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ?
Revelation 16:10 in Oriya 10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;
Revelation 17:12 in Oriya 12 ଆହୁରି ଯେଉଁ ଦଶ ଶିଙ୍ଗ ଦେଖିଲ, ଏହି ସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାଁନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,