Revelation 13:7 in Oriya 7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Other Translations King James Version (KJV) And it was given unto him to make war with the saints, and to overcome them: and power was given him over all kindreds, and tongues, and nations.
American Standard Version (ASV) And it was given unto him to make war with the saints, and to overcome them: and there was given to him authority over every tribe and people and tongue and nation.
Bible in Basic English (BBE) And it was given to him to make war on the saints and to overcome them: and there was given to him authority over every tribe and people and language and nation.
Darby English Bible (DBY) And there was given to it to make war with the saints, and to overcome them; and there was given to it authority over every tribe, and people, and tongue, and nation;
World English Bible (WEB) It was given to him to make war with the saints, and to overcome them. Authority over every tribe, people, language, and nation was given to him.
Young's Literal Translation (YLT) and there was given to it to make war with the saints, and to overcome them, and there was given to it authority over every tribe, and tongue, and nation.
Cross Reference Exodus 9:16 in Oriya 16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
Isaiah 10:15 in Oriya 15 କୁରାଢି କ'ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ'ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ'ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ'ଣ ତାହାକୁ ଉଠାଇବ ?
Isaiah 37:26 in Oriya 26 କିପରି ଆମ୍ଭେ ଦୀର୍ଘ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କ'ଣ ତୁମ୍ଭେ ଶୁଣି ନାହଁ ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 27:6 in Oriya 6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Jeremiah 51:20 in Oriya 20 ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Daniel 7:21 in Oriya 21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
Daniel 7:25 in Oriya 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Daniel 8:24 in Oriya 24 ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Daniel 12:1 in Oriya 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
Luke 4:6 in Oriya 6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
John 19:11 in Oriya 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 10:11 in Oriya 11 ତତ୍ପରେ ମୋତେ କୁହାଗଲା, ଅନେକ ଗୋଷ୍ଠୀ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।
Revelation 11:7 in Oriya 7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ।
Revelation 11:18 in Oriya 18 ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।
Revelation 12:17 in Oriya 17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଇଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;
Revelation 17:15 in Oriya 15 ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।